ବାରିପଦା:ବଡ଼ସାହି ନିର୍ବାଚନ ମଣ୍ଡଳୀର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ ବିଜେପି ଛାଡି ବିଜେଡିରେ ଯୋଗଦାନ କରିଛନ୍ତି। ଯାହାକି ବଡ଼ସାହି ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ଉକ୍ତ ମିଶ୍ରଣ କାର୍ୟ୍ୟକ୍ରମରେ ଜେଏମଏମ, ବିଜେପି, କଂଗ୍ରେସ ଆଦି ଦଳର ବହୁ ସଂଖ୍ୟକ କର୍ମକର୍ତ୍ତାମାନେ ବିଜେଡିରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିଛନ୍ତି। ବଡ଼ସାହି ନିର୍ବାଚନ ମଣ୍ଡଳୀର ବିଭିନ୍ନ ଗ୍ରାମ ପଞ୍ଚାୟତର ହଜାର ହଜାର ସଂଖ୍ୟକ ଲୋକମାନେ ଯୋଗ ଦେଇଛନ୍ତି। ତେବେ ବଡ଼ସାହି ନୂତନ ବିଧାନସଭା କ୍ଷେତ୍ର ଭାବେ ଗଠିତ ହେବା ପରେ ଶ୍ରୀ ସେଠୀ ୨୦୦୯ ମସିହାରେ ବିଜେଡି ଦଳରୁ ଟିକଟ ପାଇ ପ୍ରଥମ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତେବେ ୨୦୧୪ ନିର୍ବାଚନରେ କଂଗ୍ରେସ ଦଳରୁ ଇସ୍ତଫା ଦେଇ ବିଜେଡିରେ ମିଶିଥିବା ଗଣେଶ୍ବର ପାତ୍ରଙ୍କୁ ଟିକଟ ଦେବାରୁ ଶ୍ରୀ ସେଠୀ ଦ୍ବିତୀୟ ଥର ବିଧାୟକ ଭାବେ ନିର୍ବାଚନ ଲଢିବା ଆଶା ମଉଳିଯାଇଥିଲା। ଫଳରେ ଅଭିମାନରେ ନିଜର ସମର୍ଥକଙ୍କ ସହିତ ଶ୍ରୀ ସେଠୀ ବିଜେଡି ଛାଡି ବିଜେପିରେ ମିଶିଥିଲେ । ମାତ୍ର ସେଠାରେ ତାଙ୍କୁ ଗୁରୁତ୍ୱ ଦିଆନଯାଇ ତାଙ୍କୁ ଅଣଦେଖା କରି ଚାଲିଥିଲେ। ଅପରପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ ଯୋଜନା ଓ ବଡ଼ସାହି ନିର୍ବାଚନ ମଣ୍ଡଳୀ ପ୍ରତି ସେ ସ୍ବତନ୍ତ୍ର ଦୃଷ୍ଟି ଦେଇ ବ୍ୟାପକ କାର୍ୟ୍ୟକ୍ରମ ହାତକୁ ନେବା ପ୍ରଭାବିତ କରିଥିଲା।
ବିଜେଡିରେ ମିଶିଲେ ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ପ୍ରଜଲ ରେଭନାଙ୍କୁ ଆଜୀବନ
ବେଙ୍ଗାଲୁର : ଜେଡି(ଏସ) ନେତା ପୂର୍ବତନ ସାଂସଦ ପ୍ରଜଲ ରେଭନାଙ୍କୁ ଆଜୀବନ । ବେଙ୍ଗାଲୁରୁ ସ୍ପେଶାଲ କୋର୍ଟ ଆଜୀବନ କାରାଦଣ୍ଡା ଦେଶ ଦେଲେ । କୋର୍ଟ ଅଗଷ୍ଟ...
ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ
ଭୁବନେଶ୍ୱର : ପିଏମ ପୋଷଣ ସ୍କିମରେ ସ୍କୁଲ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଯେଉଁଦିନ ଅଣ୍ଡା ଦିଆଯାଉଥିଲା , ସେହିଦିନ ଫଳ...
ମଧୁମେହ ରୋଗୀଙ୍କ ପାଇଁ ଲାଭଦାୟକ ଏହି ଡାଲି
ବ୍ୟୁରୋ : ମୁଗ ଡ଼ାଲି ପ୍ରତ୍ୟେକଙ୍କ ରୋଷେଇ ଘରେ ମିଳିଥାଏ । ଏହା କେବଳ ଖାଇବା ପାଇଁ ସ୍ୱାଦିଷ୍ଟ ନୁହେଁ ବରଂ ଏହା ସ୍ୱାସ୍ଥ୍ୟ ଦୃଷ୍ଟିରୁ ମଧ୍ୟ...
ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା
ଭୁବନେଶ୍ୱର : ହୋଟେଲରେ ମହିଳା କର୍ମଚାରୀଙ୍କ ହଙ୍ଗାମା । ମାରପିଟ୍ କଲେ, ଯାହା ପାରିଲେ ଭାଙ୍ଗିଲେ । ଫୁଲ କୁଣ୍ଡଠାରୁ ଆରମ୍ଭ କରି କଂପ୍ୟୁଟର, କବାଟ ଆଦି...