ଭୁବନେଶ୍ୱର : ସମ୍ବିଧାନ ବଞ୍ଚାଅ ସମାବେଶରେ ରାହୁଲଙ୍କ ସମ୍ବୋଧନ । କଂଗ୍ରେସ କର୍ମକର୍ତ୍ତାଙ୍କ ମୁଡ କିପରି ଅଛି ପ୍ରଶ୍ନ କଲେ । କଂଗ୍ରେସ କର୍ମକର୍ତ୍ତାଙ୍କୁ ପ୍ରଶଂସା କଲେ ରାହୁଲ । ସରକାର ଗରିବଙ୍କୁ ଲୁଟୁଛନ୍ତି କହିଲେ ରାହୁଲ । ବିଜେପି ପୂରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛି । କଂଗ୍ରେସ ପକ୍ଷରୁ ବରମୁଣ୍ଡା ପଡ଼ିଆରେ ଆୟୋଜିତ ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ସେ ଯୋଗ ଦେଇ କହିଥିଲେ ଯେ ଆମ କର୍ମୀମାନେ ହିଁ ଓଡ଼ିଶାର ରକ୍ଷା କରୁଛନ୍ତି । ବର୍ତ୍ତମାନର ସରକାର ଓଡ଼ିଶାର ଗରିବ ଲୋକଙ୍କର ସମ୍ପତ୍ତି ଲୁଟିବାରେ ଲାଗିଛନ୍ତି । ରାହୁଲ କହିଛନ୍ତି ଯେ ବିଜେପି ପୁରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛି । ସେ କହିଛନ୍ତି ଯେ ବିହାରରେ ନିର୍ବାଚନ ଚୋରି କରିବାକୁ ଉଦ୍ୟମ ଚାଲିଛି ଜ୍ଝ ମହାରାଷ୍ଟ୍ରରେ ୧ ଲକ୍ଷ ନୂଆ ଭୋଟର୍ କିପରି ଆସିଲେ ବୋଲି ସେ ପ୍ରଶ୍ନ କରିଛନ୍ତି । ସେ କହିଛନ୍ତି ଯେ ମହାରାଷ୍ଟ୍ର ଭଳି ଏବେ ବିହାରରେ ବି ନିର୍ବାଚନ ଚୋରି ଉଦ୍ୟମ ଚାଲିଛି । ଓଡ଼ିଶାରେ ୫ରୁ ୬ଟି କମ୍ପାନୀକୁ ସମସ୍ତ ସମ୍ପତ୍ତି ଟେକିଦିଆଯାଉଛି । ସେ କହିଛନ୍ତି ଯେ ସବୁବେଳେ ଜଳ, ଜମି ଓ ଜଙ୍ଗଲ ଆଦିବାସୀଙ୍କର । ଆଦିବାସୀଙ୍କୁ କିନ୍ତୁ ଜମିପଟ୍ଟା ଦିଆଯାଉନାହିଁ । ଆଦିବାସୀଙ୍କ ପାଇଁ ପେସା ଆଇନ ଲାଗୁକରାଯାଇନାହିଁ । ରାହୁଲ କହିଥିଲେ ଯେ ନିର୍ୟାତିତ ଲୋକଙ୍କ ପାଇଁ କଂଗ୍ରେସ ଠିଆ ହୋଇ ରହିବ ଜ୍ଝ ମୋଦୀ ଫସଲ ବୀମା ଯୋଜନା ଲାଗୁ କରିଥିଲେ, ଏଥିପାଇଁ ମୋଦୀ ଆପଣଙ୍କ ଠାରୁ ଟଙ୍କା ନେଲେ, କିନ୍ତୁ ଚାଷୀଙ୍କୁ କ୍ଷତିପୂରଣ ମିଳୁନି ।
ବିଜେପି ସମ୍ବିଧାନ ଉପରେ ଆକ୍ରମଣ କରୁଛି –ରାହୁଲ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











