ସୋନପୁର : ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା କାର । ସୋନପୁର ଜିଲ୍ଲା ଉଲୁଣ୍ଡା ଥାନା ନିକଟରେ ଘଟିଛି ଦୁର୍ଘଟଣା । କାର୍ ଓଲଟିବା ପରେ ସେଥିରୁ ଦେଶୀ ବନ୍ଧୁକ ସହ ଜୀବନ୍ତ ଗୁଳି ମିଳିଥିବା ଜଣାଯାଇଛି। ଏଣେ ଏହି ଦୁର୍ଘଟଣାରେ ଜଣେ ନାବାଳକ ସମେତ ୩ ଜଣ ଗୁରୁତର ଏହି ଘଟଣା ସ୍ଥାନୀୟ ଅ୍ଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ଗତକାଲି ଗତକାଲି ରାତି ପ୍ରାୟ ସାଢେ ୧୧ଟା ସମୟରେଏକ କାର ସୁବର୍ଣ୍ଣପୁର ପଟୁ ସମ୍ବଲପୁରକୁ ଦ୍ରୁତ ଗତିରେ ଯାଉଥିଲା । ଉଲୁଣ୍ଡା ଥାନା ନିକଟସ୍ଥ ମାଟିଖାଇ ନୂଆବସ୍ତିଠାରେ ଏକ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ କାର୍ ଓଲଟି ପଡ଼ିଥିଲା କ୍ଷ ଫଳରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯିବା ସହ କାରଟି ଓଲଟି ପଡ଼ି ଚୁରମାର ହୋଇଯାଇଥିଲା । ଖବର ପାଇ ଅଗ୍ନିଶମ ବାହିନୀ ଏବଂ ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲେ । କାର ଭିତରେ ଥିବା ନାବାଳକ ସମେତ ତିନି ଜଣଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରି ସଦର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ବୁର୍ଲା ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରିଛନ୍ତି ।
ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା କାର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











