କୋରାପୁଟ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମାଆ ଓ ପୁଅଙ୍କର ଚାଲିଗଲା ଜୀବନ । କୋରାପୁଟ ଜିଲ୍ଲାର ଜୟନ୍ତିଗିରି ତଳଗୁଡ଼ାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।
ସୂଚନା ଅନୁଯାୟୀ, ମହିଳା ଜଣକ ତାରରେ ଲୁଗା ଶୁଖାଉଥିବା ସମୟରେ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ। ତାଙ୍କ ନିକଟରେ ଥିବା ପୁଅକୁ ମଧ୍ୟ ବିଦ୍ୟୁତ ଆଘାତ ଲାଗିଥିଲା। ଉଭୟଙ୍କୁ ପରିବାର ଲୋକେ ଡାକ୍ତରଖାନାକୁ ନେଇଥିଲେ। ମାତ୍ର ଡାକ୍ତର ସେଠାରେ ମାଆ ଓ ପୁଅଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ପରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।
Views: 68











