ଭୁବନେଶ୍ୱର : କାମିୟା ଜାନି ବିବାଦକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା । ସବୁ ଓଡିଆ ଓ ସନାତନୀଙ୍କ ପାଇଁ ଜଗନ୍ନାଥ ଅତ୍ୟନ୍ତ ଶ୍ରଦ୍ଧାର କେନ୍ଦ୍ର । ଜନଭାବନାକୁ ଆଘାତ କଲା ଭଳି କାମ କେହି ନ କରିବା ଉଚିତ୍ । ଜାଣତରେ ବା ଅଜାଣତରେ ଓଡିଆଙ୍କ ଭାବା ବେଗ ସହ ନ ଖେଳିଲେ ଭଲ ।
ୟୁଟ୍ୟୁବ ଇନଫ୍ଲୁଏନ୍ସର କାମିଆ ଜାନିଙ୍କୁ ନେଇ କିଛି ଦିନ ହେବ ଚର୍ଚ୍ଚା ଲାଗି ରହିଛି । ତେବେ କାମିଆ ଜାନି ତାଙ୍କ ବିରୋଧରେ ହୋଇଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସୋସିଆଲ୍ ମିଡିଆରେ ପୋଷ୍ଟ କରି ଅଭିଯୋଗକୁ ଭିତ୍ତିହୀନ ବୋଲି କୁହାଯାଇଛି । ଅଭିଯୋଗରେ କୌଣସି ସତ୍ୟତା ନଥିବା କହିବା ସହ ଯଦି କାହା ପାଖରେ କିଛି ପ୍ରମାଣ ରହିଛି, ତାକୁ ଉପସ୍ଥାପନ କଲେ ତଦନ୍ତ କରାଯାଇ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର କାର୍ୟ୍ୟାଳୟ ପକ୍ଷରୁ କୁହାଯାଇଛି । ଏଥିସହ କାମିଆ ଜାନି କେମିତି ଚାରି ଧାମ ବୁଲିଥିଲେ ବୋଲି ବିଜେପିକୁ ପାଲଟା ପ୍ରଶ୍ନ କରିଛି ବିଜେଡି । କାମିଆ ଜାନି ଗୋମାଂସ ଖାଉଥିବାର ଫଟୋ ଓ ଭିଡିଓ ଦେଖାଇ ବିଜେଡିକୁ ଟାର୍ଗେଟ୍ କରିଥିଲା ବିଜେପି । ଜଣେ ଗୋମାଂସ ଖାଉଥିବା ଓ ଖାଇବାକୁ ପ୍ରୋତ୍ସାହିତ କରୁଥିବା ବ୍ୟକ୍ତି ଜଗନ୍ନାଥଙ୍କ ମନ୍ଦିରକୁ କିଭଳି ଗଲେ ବୋଲି ପ୍ରଶ୍ନ କରିଥିଲେ ବିଜେପି ନେତା ।
ଭାବାବେଗ ସହ ନ ଖେଳିବା ଉଚିତ; ଧର୍ମେନ୍ଦ୍ର

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଶାରେ କଂଗ୍ରେସର ସ୍ଥାନ ନାହିଁ –ମନମୋହନ
ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି...
ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...
ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ
ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ...
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ
ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...