ନୂଆଦିଲ୍ଲୀ: ଭାରତ ଆସିବେ ଫ୍ରାନ୍ସ ରାଷ୍ଟ୍ରପତି । ଗଣତନ୍ତ୍ର ଦିବସରେ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇପାରନ୍ତି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ । ଜାନୁଆରୀ ୨୬ ରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ ଗଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେବା ପାଇଁ ଯଦି ଆସନ୍ତି, ତେବେ ସେ ଷଷ୍ଠ ନେତା ହେବେ । ୨୦୨୪ ଜାନୁୟାରୀ ୨୬ରେ ଭାରତର ଗଣତନ୍ତ୍ର ଦିବସ ଉତ୍ସବରେ ସାମିଲ ହେବାକୁ ନିମନ୍ତ୍ରଣ କରାଯାଇଛି । ଜାନୁୟାରୀ ୨୬ରେ ବାଇଡେନଙ୍କୁ ମୁଖ୍ୟ ଅତିଥି ଭାବରେ ନିମନ୍ତ୍ରଣ କରାଯାଇଥିଲା, କିନ୍ତୁ ସେ କିଛି କାରଣ ହେତୁ ଜାନୁୟାରୀରେ ଏଠାକୁ ଆସିବାକୁ ମନା କରିଦେଇଥିଲେ। ଏହା ପରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋନଙ୍କୁ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି । ପ୍ୟାରିସରେ ବଷ୍ଟିଲ୍ ଡେ ପ୍ୟାରେଡରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଥିଲେ ।
Views: 79