କୁଚିଣ୍ଡା : ଭିଜିଲାନ୍ସ ହାତରେ ଧରାପଡିଲେ ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା । ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ତହସିଲଦାର । ଜମି ପଟ୍ଟା ମୁ୍ୟଟେସନ କିସମ ପରିବର୍ତ୍ତନ ପାଇଁ ନେଉଥିଲେ ଲାଞ୍ଚ । ସୂଚନା ଅନୁସାରେ ବାମରା ବ୍ଲକ ସଦର ମହକୁମା ସ୍ଥିତ ଗୋବିନ୍ଦପୁରର ଭିକି ନାଏକ ଏକ ଜମି ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ବାମରା ତହସିଲ ଅଫିସରେ ଆବେଦନ କରିଥିଲେ। ମାତ୍ର ଉକ୍ତ କାର୍ୟ୍ୟ ପାଇଁ ତହସିଲଦାର ଅଶ୍ୱିନୀ ପଣ୍ଡା ଲାଞ୍ଚ ମାଗି ଆସୁଥିବା ଭିକି ସମ୍ବଲପୁର ଭିଜିଲାନ୍ସ ପାଖରେ ଅଭିଯୋଗ କରିଥିଲେ।ଶୁକ୍ରବାର ଦିନ ପ୍ରାୟ ୧୧ଟା ସମୟରେ ତହସିଲଦାରଙ୍କ ଡ୍ରାଇଭର ଥିବା ପ୍ରବିନ କୁମାର ତହସିଲଦାରଙ୍କ ନିର୍ଦ୍ଦେଶ କ୍ରମେ ଲାଞ୍ଚ ପାଇଁ ୧୫ ହଜାର ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲେ। ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଥିବା ପ୍ରବିନ କୁମାରଙ୍କୁ ଅଟକ ରଖି ସମ୍ବଲପୁରକୁ ନେଇଥିବା ଜଣାପଡିଛି।
Views: 45