The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱର ପୁରୁଣା ମେଟ୍ରୋ କଣ୍ଟ୍ରାକ୍ଟ ବାତିଲ

Facebook
Twitter
LinkedIn

ଭୁବନେଶ୍ୱର : ମେଟ୍ରୋ ପ୍ରକଳ୍ପ ପାଇଁ ହୋଇଥିବା କଣ୍ଟ୍ରାକ୍ଟ ବାତିଲ । କାର୍ଯ୍ୟ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥାର କଣ୍ଟ୍ରାକ୍ଟ ବାତିଲ । ଠିକା ସଂସ୍ଥା ସିଗାଲ ଇଣ୍ଡିଆ ଓ ରଞ୍ଜିତ ବିଲ୍ଡକନ ସହ କଣ୍ଟ୍ରାକ୍ଟ ବାତିଲ । କିନ୍ତୁ ଏହି ଦୁଇ କଂପାନି ରାଜ୍ୟ ସରକାରଙ୍କ ଅନୁରୋଧ ସତ୍ତ୍ବେ ନିୟମ ଅନୁଯାୟୀ ଉପଯୁକ୍ତ କ୍ଷତିପୂରଣ ଦେଇନାହାନ୍ତି। ଏପରିକି ଦୁଇ କଂପାନି ମେଟ୍ରୋ ରେଳ ପ୍ରକଳ୍ପକୁ ନଷ୍ଟ କରିଥିବା ଅଭିଯୋଗ ଆଣି ଓଡ଼ିଶା ସରକାର ଏଭଳି କଠୋର ପଦକ୍ଷେପ ନେଇଥିବା କୁହାଯାଇଛି। ଚନାଯୋଗ୍ୟ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଗଠନ ହୋଇଥିବା ସବ୍ କମିଟିର ପ୍ରଥମ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ଏହି ବୈଠକରେ ମେଟ୍ରୋ ରେଳ ପ୍ରକଳ୍ପ ନେଇ କିଛି ଠୋସ୍ ନିଷ୍ପତ୍ତି ହୋଇପାରିନଥିଲା। ଏପରିକି ମେଟ୍ରୋ ରେଳ ଏଲିଭେଟର କରିଡରରେ ହେବ କି ଅଣ୍ଡରଗ୍ରାଉଣ୍ଡ ହେବ, କେଉଁ ଅଞ୍ଚଳକୁ ମେଟ୍ରୋ ଚାଲିବ ସେନେଇ କିଛି ନିଷ୍କର୍ସ ବାହାରିନଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login