The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱରରୁ କଲିକାତା ଯାଉଥବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ବସ୍

Facebook
Twitter
LinkedIn

ଜଳେଶ୍ୱର : ଓଡିଶା ଓ ପଶ୍ଚିମ ବଙ୍ଗ ସୀମା ଲକ୍ଷ୍ମଣନାଥ ଟୋଲ ପ୍ଲାଜା ନିକଟରେ ଘଟିଛି ଏହି ଦୁର୍ଘଟଣା । ଟ୍ରକକୁ ପଛପଟୁ ଧକ୍କା ଦେଲା ବସ୍ । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ଜଣ ଗୁରୁତର ହୋଇଛନ୍ତି ।


ସୂଚନା ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ସୋନେକ୍ସ ନାମକ ଯାତ୍ରୀବାହୀ ବସ୍ ଭୁବନେଶ୍ୱରରୁ କଲିକତା ଅଭିମୁଖେ ବାହାରିଥିଲା । ହେଲେ ଓଡିଶା ଓ ପଶ୍ଚିମ ବଙ୍ଗ ସୀମା ଲକ୍ଷ୍ମଣନାଥ ଟୋଲ ପ୍ଲାଜା ନିକଟରେ ଘଟିଲା ଦୁର୍ଘଟଣା । ଯାତ୍ରୀବାହୀ ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବସ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା । ବସ୍ ଡ୍ରାଇଭରର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା ବେଳେ ୧୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ କିଛି ଯାତ୍ରୀଙ୍କ ଅବସ୍ଥା ଅତ୍ୟାଧିକ ଗୁରୁତର ରହିଛି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ ସଂପର୍କରେ ଖବର ପାଇ ସ୍ଥାନୀୟ ଦାନ୍ତୁଣ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସ୍‌କୁ ଜବତ କରି ଘଟଣା ତଦନ୍ତ ଜାରି ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login