The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱରରେ ଉତ୍ତମଙ୍କ ପାର୍ଥିବ ଶରୀର, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଉତ୍ତମଙ୍କ ଶେଷକୃତ୍ୟ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱରରେ ପହଁଚିଲା ଉତ୍ତମଙ୍କ ପାର୍ଥିବ ଶରୀର । ବିମାନ ବନ୍ଦରରୁ ଭୁବନେଶ୍ୱର ବାସଭବନକୁ ନିଆଯିବ । ବାସଭବନରେ ହେବ ଶେଷ ଦର୍ଶନ । ସତ୍ୟନଗର ଶ୍ମଶାନରେ ହେବ ଶେଷକୃତ୍ୟ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଉତ୍ତମଙ୍କ ଶେଷକୃତ୍ୟ । ପୁଅ ବାବୁଶାନ ଏବଂ ବୋହୂ ତୃପ୍ତି ଅନ୍ୟ ଡାକ୍ତରୀ ଦଳଙ୍କ ପାର୍ଥିବ ଶରୀର ଧରି ଆସୁଛନ୍ତି । ସେହିପରି ଭୁବନେଶ୍ବର ଜଗନ୍ନାଥବିହାର ସ୍ଥିତ ଘରେ ପହଞ୍ଚିଛନ୍ତି ଅପରାଜିତା ମହାନ୍ତି । ବନ୍ଧୁ, ପରିଜନମାନେ ଜଣଙ୍କ ପରେ ତାଙ୍କୁ ଆଶ୍ୱାସନା ଦେବା ପାଇଁ ପହଞ୍ଚୁଛନ୍ତି । ସୂଚନାଯୋଗ୍ୟ, ୬୬ ବର୍ଷୀୟ ଉତ୍ତମ କିଛିଦିନ ହେଲା ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ହରିୟାଣାର ଗୁରୁଗ୍ରାମସ୍ଥିତ ମେଦାନ୍ତା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତାଙ୍କ ପରଲୋକରେ କେବଳ ଓଲିଉଡ୍ ନୁହେଁ, ଓଡ଼ିଶା ତଥା ଦେଶର ମନୋରଞ୍ଜନ ଜଗତରେ ଶୋକର ଛାୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବ୍ୟକ୍ତ କରିବା ସହ ଉତ୍ତମ ମହାନ୍ତିଙ୍କୁ ଓଡ଼ିଆ ସିନେ ଜଗତର ଧ୍ରୁବତାରା ଭାବେ ଅଭିହିତ କରିଛନ୍ତି । ଉତ୍ତମଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

ADVERTISEMENT

Login