ଭୁବନେଶ୍ୱର : ଆଜି କୁହୁଡିର ତାଦରରେ ରାଜଧାନୀ ଭୁବନେଶ୍ୱର । ୨୦୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ କଷ୍ଟକର । କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା କମ ରହିଛି । ୨ଦିନ ପରେ କମିପାରେ ଶିତ । ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିିଛି । ଏହାସହ ଫେବ୍ରୁଆରୀ ପହିଲାରୁ ରାଜ୍ୟରେ ପୁଣି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୧ତାରିଖରେ ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜର ସ୍ୱଳ୍ପ ବର୍ଷା ହୋଇପାରେ । ସେହିପରି ୨ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଂଜର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି ।
Views: 87