ଭୁବନେଶ୍ୱର : ଭୁବନେଶ୍ୱରରେ ପହଁଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ । ଦିନିକିଆ ଓଡିଶା ଗସ୍ତରେ ଆସିଛନ୍ତି ନୀତିନ ଗଡକରୀ । କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ‘ଭିତ୍ତିଭୂମି ବିକାଶ ଏବଂ ଓଡ଼ିଶା’ ଉପରେ ସେ ନିଜର ବକ୍ତବ୍ୟ ରଖିବେ । ଅପରାହ୍ନରେ ଗଡ଼କରୀ ଭୁବନେଶ୍ୱର ଫେରିବେ। ମଞ୍ଚେଶ୍ୱରରେ ଥିବା ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନରେ ଯିବେ । ଅପରାହ୍ନ ୩ଟାରେ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ସମୀକ୍ଷା କରିବେ ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହିବେ । ପରେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକର୍ପଣ କରିବେ ।
Views: 18