ଭୁବନେଶ୍ୱର : ବିଏମସି ଅଞ୍ଚଳରେ ଅଛନ୍ତି ୪୭, ୧୨୬ ବୁଲା କୁକୁର । ୨୩, ୦୪୭ ଅଣ୍ଡିରା , ୧୫,୫୫୨ ମାଇ କୁକୁର ସହ ୧୧୨୪ଟି ଛୁଆ । ୪୦୬୮ ଅଣ୍ଡିରା କୁକୁର ଓ ୩୩୩୫ କରାଯାଇଛି । ଭୁବନେଶ୍ୱର ଜନସଂଖ୍ୟା ତୁଳନାରେ ବୁଲା କୁକୁରଙ୍କ ସଂଖ୍ୟା ୩.୨୬ ପ୍ରତିଶତ । ବିଏମସି ଅଞ୍ଚଳରେ ଜାତୀୟ ହାରଠାରୁ ବୁଲା କୁକୁର ସଂଖ୍ୟା ଅଧିକ । ଜାତୀୟ ହାର ପ୍ରତି ଏକ ହଜାର ଜନସଂଖ୍ୟାରେ ୧୧, ବିଏମସିରେ ୩୬ କୁକୁର । ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଦୁଇଟି ପର୍ଯ୍ୟାରେ ହୋଇଥିଲା ଗଣନା । ବିଏମ୍ ସି ଅଞ୍ଚଳରେ ଥିବା ୬୭ଟି ଓ୍ୱାର୍ଡର ସମସ୍ତ ଗଳିକନ୍ଦିରେ ଏହି କୁକୁର ଗଣନା କାର୍ୟ୍ୟ ଭୋର ୫ଟାରୁ ସକାଳ ୭ଟା ମଧ୍ୟରେ କରାଯାଇଥିଲା । ଏଥିପାଇଁ ବରିଷ୍ଠ ପଶୁ ଡାକ୍ତରଙ୍କ ତତ୍ୱାବଧାନରେ ସ୍ୱଚ୍ଛସାଥୀ, ସ୍ୱଚ୍ଛ ସୁପରଭାଇଜର, ସାନିଟାରୀ ଇନ୍ସପେକ୍ଟର, କମ୍ୟୁନିଟି ଅର୍ଗାନାଇଜର, ଡିଇଓ, ଏସ୍ଏମ୍ ଟିଏଙ୍କୁ ନେଇ ୪୧୦ଟି ଟିମ୍ ଗଠନ କରାଯାଇଥିଲା । ପ୍ରତି ଟିମରେ ଦୁଇ ଜଣ ଲେଖାଏଁ କର୍ମୀ ରହିଥିଲେ। ବୁଲା କୁକୁର ଗଣନା ପୂର୍ବରୁ ସେମାନଙ୍କୁ ଜୋନ୍ ସ୍ତରରେ ତାଲିମ ମଧ୍ୟ ଦିଆଯାଇଥିଲା ।
ଭୁବନେଶ୍ୱରରେ ୪୭, ୧୨୬ ବୁଲା କୁକୁର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











