ନୂଆଦିଲ୍ଲୀ : ତାମିଲନାଡ଼ୁର ତିରୁପଥୁର ଜିଲ୍ଲାରେ ଆଜି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ଗାଡି ଖରାପ ହୋଇଯିବାରୁ ରାସ୍ତାକଡରେ ବସିଥିବା ସମୟରେ ମାଡିଗଲା ଟ୍ରକ୍। ମହିଳାମାନେ କର୍ଣ୍ଣାଟକରୁ ଫେରୁଥିଲେ । ଆହତମାନଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି ।
ଘଟଣାରେ ମୃତକଙ୍କ ପରିଜନଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଗଭୀର ସମବେଦନା ଜଣାଇବା ସହିତ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ମୃତକଙ୍କ ପରିଜନଙ୍କୁ ୨-୨ ଲକ୍ଷ ଟଙ୍କାର ସହାୟତା ରାଶି ଆହତଙ୍କୁ ୫୦-୫୦ ହଜାର ଟଙ୍କା ଘୋଷଣା କରିଛନ୍ତି । ସେହିପରି ଷ୍ଟାଲିନ ମଧ୍ୟ ପୀଡିତଙ୍କ ପରିବାରଙ୍କୁ ୧-୧ ଲକ୍ଷ ଟଙ୍କା ଘୋଷଣା କରିଥିବା ବେଳେ ମୁଖ୍ୟମନ୍ତ୍ରୀ ରିଲିଫ ଫାଣ୍ଠିରୁ ୫୦-୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।
ଖବର ମୁତବାକ, ପୀଡିତମାନେ ଦୁଇଟି ଭ୍ୟାନ ଜରିଆରେ ଘରକୁ ଫେରୁଥିଲେ । ତିରୁପଥୁର ଜିଲ୍ଲାର ଏକ ସ୍ଥାନରେ ହଠାତ୍ ସେମାନଙ୍କ ଗାଡିର ଟାୟାର ଫାଟିଯାଇଥିଲା । ଫଳରେ ଯାତ୍ରୀ ଗାଡିରୁ ଓହ୍ଲାଇ ବସିଥିବା ବେଳେ ଡ୍ରାଇଭର ଗାଡିର ଚକା ମରାମତି କରୁଥିଲେ । ତେବେ ହଠାତ୍ ବେଙ୍ଗାଲୁର ପଟୁ ଆସୁଥିବା ଏକ ଲରି ଭ୍ୟାନକୁ ପଛପଟୁ ଧକ୍କା ଦେବା ସହିତ ବସିଥିବା ମହିଳାଙ୍କ ଉପରେ ମାଡିଯାଇଥିଲା । ଘଟଣା ସ୍ଥଳରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ତିରୁପଥୁର ଏବଂ ବାନିୟମବାଡି ସରକାରୀ ହସପିଟାଲରେ ଭର୍ତ୍ତି କରାଯାଇଛି ।
ଭୟଙ୍କର ସଡ଼କ ଦୁର୍ଘଟଣାରେ ୭ ମୃତ, ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ଷ୍ଟାଲିନଙ୍କ ସହାୟତା ରାଶି ଘୋଷଣା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











