The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମଣିପୁରକୁ ନେଇ ମୋଦିଙ୍କ ଉଦବେଗ, “କୈାଣସି ଦୋଷୀଙ୍କୁ ଛଡାଯିବନି”

Facebook
Twitter
LinkedIn

ନୂଆଦିଲ୍ଲୀ : ସଂସଦର ମୈାସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଅପିଲ । ସଂସଦର ସବୁ ସାଂସଦ ମହତ୍ୱପୂର୍ଣ୍ଣ ଭୂମିକା ନିଭାନ୍ତୁ । ରାଷ୍ଟ୍ରର ହିତ ପାଇଁ ସେମାନଙ୍କର ମୂଲ୍ୟ ଦାନ କରନ୍ତୁ । ବହୁତଗୁଡିଏ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ । ସବୁ ଆଲୋଚନାରେ ଭାଗ ନେଇ ପକ୍ଷ ରଖନ୍ତୁ । ମଣିପୁର ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଯାହା ଘଟିଛି , ତାହାକୁ କୈାଣସି ସଭ୍ୟ ସମାଜ ଗ୍ରହଣ କରିବେନି ।ମହିଳା ମାନଙ୍କ କ୍ଷେତ୍ରରେ ଯାହା ଘଟିଛି ,କାହାକୁ ଛଡାଯିବନି । ସମଗ୍ର ଘଟଣାରେ ୧୪୦ କୋଟି ଭାରତୀୟଙ୍କ ଇଜ୍ଜତ ଯାଇଛି ।
ଏହାସହ ପ୍ରଧାନମନ୍ତ୍ରୀ କହିଛନ୍ତି, ସମସ୍ତ ମୁଖ୍ୟମନ୍ତ୍ରୀ ନିଜ ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ମଜବୁତ କରନ୍ତୁ । ଖାସକରି ମହିଳା ମାନଙ୍କ ସୁରକ୍ଷା ପାଇଁ କଠିନରୁ କଠିନ ପଦକ୍ଷେପ ନିଅନ୍ତୁ । ରାଜନୀତିରୁ ଉପରକୁ ଉଠି ମହିଳାଙ୍କ ସମ୍ମାନ ପ୍ରତି ଗୁରୁତ୍ୱ ଦିଅନ୍ତୁ । କୌଣସି ଦୋଷୀଙ୍କୁ ଛଡାଯିବନି । ଆଇନ ଅନୁଯାୟୀ କଠୋରରୁ କଠୋର କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ।
ଏହାପୂର୍ବରୁ ମଣିପୁରରେ ଦୁଇ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଭିଡିଓ ଭାଇରାଲ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ କରାଯାଇଛି । ଘଟଣାର ଦୁଇ ମାସ ପରେ ଅଭିଯୁକ୍ତ ଖୁୟରୁମ୍ ହେରାଦାସଙ୍କୁ ଗିରଫ କରିଛି ପୋଲିସ । ଭିଡିଓ ଭାଇରାଲ ପରେ ସରକାରଙ୍କ ପକ୍ଷରୁ କଡା ନିର୍ଦ୍ଦେଶ ଦିଆଯାଇଛି । ଟ୍ୱିଟର କିମ୍ବା ଅନ୍ୟ ସୋସିଆଲ ମିଡିଆରେ ଭିଡିଓ ସେୟାର ନକରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ସୋସିଆଲ ମିଡିଆ ପ୍ଲାଟଫର୍ମ ନିୟମ ପାଳନ କରିବାକୁ କୁହାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବଦଳିବ ହେଲଥ୍ କାର୍ଡ ଲୋଗୋ, ଖୁବଶୀଘ୍ର ମିଳିବ ଆୟୁଷ୍ମାନ କାର୍ଡ ; ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଅସୁସ୍ଥ ଥିଲେ ରଥଯାତ୍ରା ଭିଡକୁ ଆସନ୍ତୁ ନାହିଁ –ମନ୍ତ୍ରୀ

ପୁରୀ : ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । କୋଭିଡ ପାଇଁ ଭୟ କରିବାର ଆବଶ୍ୟକତା ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି...

୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୁଣରେ ସୁଧ ଦେବେନି ଏସଏଚଜି ମହିଳା, ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ

ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା, ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ

ଭୁବନେଶ୍ୱର : ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁ କାଳୀନ ସହାୟତା ରାଶି ବଢିଲା । ପୂର୍ବରୁ ମିଳୁଥିବା ୬ ଲକ୍ଷ ଟଙ୍କା ୧୦ ଲକ୍ଷକୁୁ ବଢିଲା । ସହାୟତା...

Login