The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମଧ୍ୟାହ୍ନ ଭୋଜନରୁ ବାହାରିଲା ବିଷାକ୍ତ ସାପ, ଛାତ୍ରଛାତ୍ରୀ ଅସୁସ୍ଥ

Facebook
Twitter
LinkedIn

ପାଟନା : ବିହାରର ଏକ ସ୍କୁଲରେ ଦିଆଯାଉଥିବା ମଧ୍ୟାହ୍ନ ଭୋଜନରୁ ବିଷାକ୍ତ ସାପ ବାହାରିଛି । ଫଳରେ ଅନେକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଫାରବିସଗଞ୍ଜର ଅମୌନାରେ ହୋଇଥିବା ଏଭଳି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ଖେଚୁଡ଼ି ପରଷା ଯାଇଥିଲା । ଯେଉଁଥିରେ ଏକ ବିଷାକ୍ତ ସାପ ବାହାରିଥିବା ଦେଖାଯାଇଛି । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ସେମାନଙ୍କୁ ଅତି ଶୀଘ୍ର ଫାରବିସଗଞ୍ଜର ସବ ଡିଭିଜନାଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ସମସ୍ତ ଛାତ୍ରଛାତ୍ରୀଙ୍କ ଚିକିତ୍ସା ଚାଲିଛି ।
ଖାଦ୍ୟରେ ସାପ ବାହାରିଥିବା ଘଟଣାଟି ଗାଁରେ ବ୍ୟାପି ଯାଇଥିଲା । ପରେ ଗାଁ ଲୋକେ ସ୍କୁଲ ପହଞ୍ଚି ଉତ୍ତେଜନା ସୃଷ୍ଟି କରିଥିଲେ । ଏଭଳି ଅଭାବନୀୟ ଘଟଣା ପରେ ସ୍ଥାନୀୟ ବିଧାୟକ, ଏସଡିଏମ ଏବଂ ଡିଏସପିଙ୍କ ସମେତ ଅନ୍ୟାନ୍ୟ ଅଧିକାରୀମାନେ ଡାକ୍ତରଖାନାରେ ପହଞ୍ଚି ଛାତ୍ରଛାତ୍ରୀଙ୍କ ସହ କଥାବାର୍ତ୍ତା କରିଥିଲେ । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ବର୍ତ୍ତମାନ ସୁସ୍ଥ ଥିବା ଜଣା ପଡ଼ିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login