ନୂଆଦିଲ୍ଲୀ : ମନି ଲଣ୍ଡରିଂ ମାମଲାରେ ତାମିଲନାଡୁ ଶକ୍ତି ଓ ଅବକାରୀ ମନ୍ତ୍ରୀ ଭି. ସେନଥିଲ୍ ବାଲାଜୀ ଗିରଫ । କ୍ୟାସ୍ ଫର ଜବ୍ ସ୍କାମ ମାମଲାରେ ବାଲାଜୀଙ୍କୁ ଇଡି ବାନ୍ଧିବା ପରେ ଦେଖିବାକୁ ମିଳିଛି ହାଇ ଡ୍ରାମା । ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିବା ସହ କାର ଭିତରେ କାନ୍ଦି କାନ୍ଦି ଗଡ଼ି ଯାଇଥିଲେ ବାଲାଜୀ । ସଙ୍ଗେ ସଙ୍ଗେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ବାଲାଜୀଙ୍କୁ ହସ୍ପିଟାଲରେ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ । ମୁଖ୍ୟମନ୍ତ୍ରୀଙ୍କ ସହ ଏକାଧିକ ମନ୍ତ୍ରୀ ହସ୍ପିଟାଲରେ ପହଞ୍ଚି ବାଲାଜୀଙ୍କୁ ଭେଟିଛନ୍ତି । ଚାକିରି ପାଇଁ ଟଙ୍କା ନେଇଥିବା ଅଭିଯୋଗ ପରେ ଇଡି ଟିମ୍ ମନ୍ତ୍ରୀଙ୍କ ବାସଭବନ ସମେତ ଅନ୍ୟକିଛି ସ୍ଥାନରେ ଚଢ଼ାଉ କରିଥିଲା । ୨୪ ଘଣ୍ଟା ଧରି ଚଢ଼ାଉ ପରେ ବାଲାଜୀଙ୍କୁ ଇଡି ଗିରଫ କରିଥିଲା । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଓମାନଦୂରାର ସରକାରୀ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି । ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କ ଉପରେ ନଜର ରଖିଛନ୍ତି । ସେଠାରେ ରାପିଡ ଆକ୍ସନ ଫୋର୍ସଙ୍କୁ ମୁତୟନ କରାଯାଇଛି ।
ମନି ଲଣ୍ଡରିଂ ମାମଲାରେ ତାମିଲନାଡୁ ଶକ୍ତିମନ୍ତ୍ରୀ ଗିରଫ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











