ନୂଆଦିଲ୍ଲୀ : ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୫ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ମନିକା ବିଶ୍ୱକର୍ମା ବିଜୟୀ ହୋଇ ସୌନ୍ଦର୍ୟ୍ୟ ପ୍ରତିଯୋଗିତାର ମୁକୁଟ ପିନ୍ଧିଥିଲେ । ପୂର୍ବରୁ ୨୦୨୪ ରେ ମନିକାଙ୍କୁ ମିସ୍ ୟୁନିଭର୍ସ ରାଜସ୍ଥାନ ପାଇଁ ଚୟନ କରାଯାଇଥିଲା । ବର୍ତ୍ତମାନ ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୪ ର ମୁକୁଟ ଜିତିବା ପରେ, ସେ ଥାଇଲ୍ୟାଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ୭୪ତମ ମିସ୍ ୟୁନିଭର୍ସ ପ୍ରତିଯୋଗିତାରେ ଭାରତକୁ ପ୍ରତିନିଧିତ୍ୱ କରୁଥିବାର ଦେଖାଯିବେ । ଯାହା ଏହି ବର୍ଷ ଶେଷରେ ଅନୁଷ୍ଠିତ ହେବାକୁ ଯାଉଛି । ମନିକା ବିଶ୍ୱକର୍ମା ପେଶାରେ ଜଣେ ମଡେଲ ଏବଂ ସେ ରାଜସ୍ଥାନର ଗଙ୍ଗାନଗରର ବାସିନ୍ଦା । ହେଲେ, ଗତ କିଛି ବର୍ଷ ଧରି ସେ ଦିଲ୍ଲୀରେ ରହି ତାଙ୍କ ମଡେଲିଂ କ୍ୟାରିୟର ଉପରେ ଧ୍ୟାନ ଦେଉଛନ୍ତି । ଏବେ ସେ ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୫ ଜିତିବା ପରେ ଚର୍ଚ୍ଚାକୁ ଆସିଛନ୍ତି । ଏହି ବିଜୟ ପରେ ମନିକା ମଞ୍ଚ ଉପରେ ନିଜର ଖୁସି ପ୍ରକାଶ କରିଥିଲେ ଏବଂ ତାଙ୍କ ପରାମର୍ଶଦାତାମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।
ମନିକା ବିଶ୍ୱଶର୍ମା ହେଲେ ମିସ ୟୁନିଭର୍ସ ଇଣ୍ଡିଆ -୨୦୨୫
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











