ମୁମ୍ବାଇ : ମହାରାଷ୍ଟ୍ର ସରକାରର ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ଆଜି ମନ୍ତ୍ରୀପଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫାପତ୍ର ଧରି ତାଙ୍କ ପିଏ ପ୍ରଶାନ୍ତ ଯୋଶୀ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ବାସଭବନରେ ପହଞ୍ଚିଥିଲେ । ସିଏମ ଦେବେନ୍ଦ୍ର ଫଡନାଭିସ ତାଙ୍କ ଇସ୍ତଫାକୁ ସ୍ୱୀକାର କରିଛନ୍ତି । ଆଗକୁ କାର୍ୟ୍ୟ ପାଇଁ ରାଜ୍ୟପାଳଙ୍କ ପାଖକୁ ପଠାଇଛନ୍ତି । ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଓ ଉପମୁଖ୍ୟମନ୍ତ୍ରୀ ଅଜିତ୍ ପାୱାରଙ୍କ ମଧ୍ୟରେ ରୁଦ୍ଧଦ୍ବାର ବୈଠକ ହୋଇଥିଲା । ଏହା ପରେ ଧନଞ୍ଜୟ ମୁଣ୍ଡେ ଇସ୍ତଫା ଦେବା ନେଇ ଚର୍ଚ୍ଚା ହେଉଥିଲା । ଏହା ପରେ ମହାରାଷ୍ଟ୍ରରେ ଏନସିପି ନେତା ଏବଂ କ୍ୟାବିନେଟ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ଏହାକୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ।
Views: 22