କୋଲକତା : ମାନୁନାହାଁନ୍ତି ମମତା । ଜିଦରେ ଅଟଳ ଦିଦି । ନାଲି ଆଖି ଦେଖାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଦୀଘାରେ ଲଗାଇଲେ ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ । ଦୀଘା ମନ୍ଦିର ସାମ୍ନାରେ ଲାଗିଲା ହୋର୍ଡିଂ । ମନ୍ଦିର ସାମ୍ନାରେ ବଡ ବଡ ଅକ୍ଷରରେ ଲଗାଗଲା ହୋର୍ଡିଂ । ରାତାରାତି ହୋର୍ଡିଂ ଲଗାଇଲା ପଶ୍ଚିମବଙ୍ଗ ପ୍ରଶାସନ । ପୂର୍ବରୁ ମନ୍ଦିରରେ ଅସ୍ଥାୟୀ ହୋର୍ଡିଂ ଲଗାଯାଇଥିଲା । ଜଗନ୍ନାଥ ଧାମ ବିବାଦ ମଧ୍ୟରେ ହୋର୍ଡିଂ ଲଗାଇଲେ ମମତା । ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପୁଣି ବଡ ବଡ ଅକ୍ଷରରେ ଜଗନ୍ନାଥ ଧାମ ପୋଷ୍ଟର ମରାଯାଇଛି । ଦୀଘା ଜଗନ୍ନାଥ ମନ୍ଦିର ଉଦ୍ ଘାଟନ ସମୟରେ ଯେଉଁ ଅସ୍ଥାୟୀ କାଗଜ ଓ ଥର୍ମାକୋଲରେ ସେଲ୍ଫି ପଏଣ୍ଟ କରାଯାଇଥିଲା ସେଥିରେ ଦୀଘା ଜଗନ୍ନାଥ ଧାମ ଲେଖାଥିଲା । କିନ୍ତୁ ପରବର୍ତ୍ତୀ ସମୟରେ ଜଗନ୍ନାଥ ଧାମ ଶବ୍ଦକୁ ହଟାଇବା ପାଇଁ ଜୋରଦାର ପ୍ରତିବାଦ ଓ ବିବାଦ ଦେଖିବାକୁ ମିଳିଥିଲା । ଏହାରି ଭିତରେ ଗତକାଲି ବିଜେପିର ଆଇଟି ସେଲ ମୁଖ୍ୟ ଅମିତ ମାଲବ୍ୟ ଟୁଇଟ କରି ମମତା ଜଗନ୍ନାଥ ଧାମ ଉଠାଇ ନେଇଥିବା ପୋଷ୍ଟ କରିଥିଲେ ।
ମମତାଙ୍କ ନାଲି ଆଖି : ଦୀଘାରେ ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











