ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା । ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ମୁହଁରୁ ଏଭଳି ମନ୍ତବ୍ୟ ଆସିବା ଉଚିତ ନୁହେଁ । ପଶ୍ଚିମବଙ୍ଗର ୪କୋଟି ୯୦ ଲକ୍ଷ ମହିଳାଙ୍କୁ ଏହା ଆଶ୍ଚର୍ଯ୍ୟ ଓ ଅପମାନିତ କରିଛି । ନ୍ୟାୟ ଦେବା ବଦଳରେ ଝିଅଙ୍କ ଅଧିକାର ଉପରେ ପ୍ରଶ୍ନ ଉଠାଇବା ନିନ୍ଦନୀୟ । ଯଦି ଓଡିଆ ଝିଅ ପୀଡିତା ବୋଲି ଦରଦ ନାହିଁ ଓଡିଶା ସରକାରଙ୍କୁ ଲେଖି ଦିଅନ୍ତୁ । ଆମ ପିଲାଙ୍କ କଥା ତୁମ ରାଜ୍ୟରେ ବି ଆମେ ବୁଝି ପାରିବୁ । ମହିଳା ମୁଖ୍ୟମନ୍ତ୍ରୀଙ୍କ ଠାରୁ ଯଦି ସମବେଦନା, ସୁରକ୍ଷା, ଅଧିକାର ଝିଅମାନେ ଆଶା କରିବେନି, ତାହେଲେ କରିବେ କାହାଠାରୁ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କଡ଼ା ସମାଲୋଚନା କରିଛନ୍ତି । ସେ କହିଛନ୍ତି, ମହିଳାଙ୍କୁ ନିରାଶ କରିଛି ମମତା ବାନାର୍ଜୀଙ୍କ ଭଳି ଜଣେ ମହିଳା ନେତୃତ୍ୱ ଓ ଦିଦି ନାମରେ ପରିଚୟପ୍ରାପ୍ତ ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ମୁଁହରୁ – “ରାତିରେ ଝିଅମାନେ ବାହାରକୁ ଆସିବା ଉଚିତ ନୁହେଁ ମନ୍ତବ୍ୟ। କେବଳ ମୋତେ ନୁହେଁ ପଶ୍ଚିମ ବଙ୍ଗଳାରେ ଥିବା ଚାରିକୋଟି ନବେ ଲକ୍ଷ ମହିଳାମାନଙ୍କୁ ଆଶ୍ଚର୍ୟ୍ୟ ଓ ଅପମାନିତ କରିଛି । ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଏମ୍ବିବିଏସ୍ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହା ଉପରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । ‘ରାତିରେ ଝିଅମାନେ ବାହାରକୁ ଆସିବା ଉଚିତ ନୁହେଁ, ସେମାନେ ନିଜକୁ ମଧ୍ୟ ସୁରକ୍ଷା ଦେବା ଦରକାର’ ବୋଲି ମମତା କହିଛନ୍ତି । ଏଭଳି ବୟାନକୁ ବିଭିନ୍ନ ମହଲ କଡ଼ା ସମାଲୋଚନା କରିଛନ୍ତି ।
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...







