ସମ୍ବଲପୁର : ମହଙ୍ଗା ପଡିଲା ଠିକା ସଂସ୍ଥାର ବିଲ ନ ଦେବା । ୩ କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ୍ ପାଇଁ କୋର୍ଟଙ୍କ ନିଷ୍ପତ୍ତି । କୋର୍ଟଙ୍କ ପରେ ସମ୍ପତ୍ତି ଆଟାଚ ପ୍ରକ୍ରିୟା ଜାରି । ବୁର୍ଲା ସ୍ଥିତ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟରେ ସମ୍ପତ୍ତି ଆଟାଚ । ହୀରାକୁଦ ଡ୍ୟାମ ମୁଖ୍ୟ ଯନ୍ତ୍ରୀଙ୍କ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ପତ୍ତି ଆଟାଚ । ବୁର୍ଲାସ୍ଥିତ ଉପର ମହାନଦୀ ବେସିନର ବେସିନ ମ୍ୟାନେଜର ତଥା ମୁଖ୍ୟଯନ୍ତ୍ରୀଙ୍କ କାର୍ୟ୍ୟାଳୟ, ହୀରାକୁଦ ଡ୍ୟାମ ସର୍କଲର ସୁପରିଟେଣ୍ଡ ଇଂଜିନିୟରଙ୍କ କାର୍ୟ୍ୟାଳୟ, ସମ୍ବଲପୁର ଇରିଗେସନ ଡିଭିଜନର ଏକଜିକ୍ୟୁଟିଭ୍ ଇଂଜିନିୟରଙ୍କ ଅଫିସର ଆସବାବପତ୍ର ସିଲ୍ ନେଇ ନିର୍ଦ୍ଦେଶ । ସିନିୟର ସିଭିଲ ଜଜ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ କାର୍ୟ୍ୟାଳୟର ସମ୍ପତ୍ତି ଆଟାଚ୍ କରାଯିବ । ସୂଚନା ଅନୁସାରେ ୨୦୦୦ ମସିହାରେ ସମ୍ବଲପୁର ରିଂ ରୋଡର କାମ କରିଥିଲା ଓରିଏଣ୍ଟ କନଷ୍ଟ୍ରକସନ ପ୍ରାଇଭେଟ ଲିମିଟେଡ । ତେବେ କାମ ସରିବା ପରେ ଠିକା ସଂସ୍ଥାକୁ ମିଳିନଥିଲା ପେମେଣ୍ଟ । ୨୦୦୫ ମସିହାରେ ବକେୟା ଅର୍ଥ ୫୨ ଲକ୍ଷ ଟଙ୍କା ହୋଇଯାଇଥିଲା । ଏନେଇ ୨୦୦୯ ମସିହାରେ ମାନ୍ୟବର ସିନିୟର ସିଭିଲ ଜଜ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା ଠିକା ସଂସ୍ଥା । ୨୦୦୯ରେ ସୁଧ ମୂଳ ମିଶି ୧କୋଟି ୩୬ କୋଟି ଲକ୍ଷ ଟଙ୍କାରେ ପହଞ୍ଚିଥିଲା । ଟଙ୍କା ପଇଠ ନହେବାରୁ ୬ ପ୍ରତିଶତ ସୁଧ ଦେବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ହେଲେ ବକେୟା ଟଙ୍କା ମିଳିନଥିଲା ।
ମହଙ୍ଗା ପଡିଲା ଠିକା ସଂସ୍ଥାର ବିଲ ନଦେବା, ୩ କାର୍ଯ୍ୟାଳୟର ସମ୍ପତ୍ତି ଆଟାଚ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...