ପ୍ରୟାଗରାଜ : ପ୍ରୟାଗରାଜ ମହାକୁମ୍ଭରେ ଦେଶ, ବିଦେଶରୁ କୋଟି କୋଟି ଶ୍ରଦ୍ଧାଳୁ ଆସି ବୁଡ଼ ପକାଉଛନ୍ତି । ଆଜି ଭୁଟାନ ରାଜା ଜିଗମେ ଖେସର ନାମଗୟାଲ୍ ୱାଙ୍ଗଚୁକ ମଧ୍ୟ ତ୍ରିବେଣୀ ସଙ୍ଗମରେ ପହଞ୍ଚି ପବିତ୍ର ସ୍ନାନ କରିଛନ୍ତି । ସଙ୍ଗମ ସ୍ଥଳରେ ବୁଡ଼ ପକାଇବା ବେଳେ ତାଙ୍କ ସହିତ ଥିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଭୁଟାନ ରାଜା ଅରେଲ ଘାଟରେ ଆସ୍ଥାର ବୁଡ଼ ପକାଇଛନ୍ତି । ରାଜା ଜିଗମେ ଖେସର ନାମଗୟାଲ୍ ୱାଙ୍ଗଚୁକଙ୍କ ଫଟୋଗୁଡ଼ିକୁ ସିଏମ୍ ଯୋଗୀ ନିଜ ‘ଏକ୍ସ’ ହ୍ୟାଣ୍ଡେଲରେ ସେୟାର କରିଛନ୍ତି । ଆଜି ସକାଳ ୧୦ଟାରେ ଭୁଟାନ ରାଜା ସ୍ୱତନ୍ତ୍ର ବିମାନ ଯୋଗେ ବମରୌଲି ଏୟାରପୋର୍ଟରେ ପହଞ୍ଚିଥିଲେ । ସେଠାରୁ ସେ ହେଲିକପ୍ଟର ଯୋଗେ ଅରେଲ ଘାଟରେ ପହଞ୍ଚି ସ୍ନାନ କରିଥିଲେ ।ଏହା ପୂର୍ବରୁ ଭୁଟାନ ରାଜା ଓ ୟୁପି ସିଏମ୍ ବିଧି ବିଧାନର ସହ ସଙ୍ଗମ ତଟରେ ପୂଜାର୍ଚ୍ଚନା କରିଥିଲେ । ଉଭୟ ପାରାଙ୍କୁ ଦାନା ଖୁଆଉଥିବା ନଜର ଆସିଥିଲେ । ରାଜା ଅକ୍ଷୟବଟ ଏବଂ ଲାଟେ ହନୁମାନ ମନ୍ଦିର ଦର୍ଶନ କରିବା ପରେ ଦ୍ୱିପ୍ରହରରେ ପ୍ରୟାଗରାଜରୁ ପ୍ରତ୍ୟାବର୍ତ୍ତନ କରିବେ ।
ମହାକୁମ୍ଭରେ ବୁଡ ପକାଇଲେ ଭୁଟାନ ରାଜା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











