ଭୁବନେଶ୍ୱର : ଆସନ୍ତା ଏପ୍ରିଲ ୩୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ପାଳନ ହେବାକୁ ଯାଉଛି । ଏହି ଦିନ ରଥ ନିର୍ମାଣ ଶୁଭାରମ୍ଭ ସହ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଆରମ୍ଭ ହୋଇଥାଏ । ମହାପ୍ରଭୁ ନରେନ୍ଦ୍ର ସରୋବରରେ ୨୧ ଦିନ ବ୍ୟାପୀ ଜଳକ୍ରୀଡା କରିବେ । ଗତକାଲି ନରେନ୍ଦ୍ର ପୁଷ୍କରିଣୀ ଜଳ ଭିତରେ ଥିବା ମହାପ୍ରଭୁଙ୍କ ଚାପ ଡଙ୍ଗାକୁ ଭୋଇ ସେବକମାନେ ବାହାର କରିିଛନ୍ତି । ମହାରଣା ସେବକମାନେ ଏହାକୁ ମରାମତି କରିବା ପରେ ଚାପ ଡଙ୍ଗା ଗୁଡ଼ିକ ପ୍ରସ୍ତୁତ ହେବ ।ସେପଟେ ଚନ୍ଦନ ଯାତ୍ରାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଗତକାଲି ଭୋଇ ସର୍ଦ୍ଦାର ରବି ଭୋଇଙ୍କ ତତ୍ତ୍ଵାବଧାନରେ ଭୋଇ ସେବକ ନନ୍ଦା, ଭଦ୍ରା ଓ ବୈଜୟନ୍ତରୀ ସମୁଦାୟ ୫ଟି ଡଙ୍ଗାକୁ ପାଣି ଭିତରୁ କାଢ଼ିଛନ୍ତି । ଏହି ଡଙ୍ଗା ଗୁଡିକୁ ଖରାରେ ଶୁଖାଯିବା ପରେ ପିଚୁ ରାଳ ଦିଆଯାଇ ମରାମତି କରାଯିବ ।ପରମ୍ପରା ଅନୁଯାୟୀ ଗତକାଲି ଚୈତ୍ର ପୂର୍ଣ୍ଣିମା ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବର୍ଷ ସାରା ବୁଡ଼ି ରହିଥିବା ନନ୍ଦା ଓ ଭଦ୍ରା ଚାପ ଡଙ୍ଗା ସମେତ ଅନ୍ୟ ଡଙ୍ଗାକୁ ଭୋଇ ସେବାୟତ ବାହାର କରିଛନ୍ତି ।
ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା : ନରେନ୍ଦ୍ର ପୁଷ୍କରିଣୀରୁ କଢାଗଲା ୫ ଡଙ୍ଗା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











