ଭୁବନେଶ୍ବର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କଡା ତାଗିଦ୍ । ମାଟ୍ରିକ ପ୍ରଶ୍ନପତ୍ର ଲିକ କିମ୍ବା ଭାଇରାଲ ହେଲେ ସମ୍ପୃକ୍ତ ସ୍କୁଲ ପ୍ରଧାନଶିକ୍ଷକ ହିଁ ଦାୟୀ ରହିବେ। ଏପରି ଅନେକ କିଛି ସଂସ୍କାର ନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ପଞ୍ଚମ ବ୍ଲକ ସ୍ତରୀୟ ମାସିକ ଆଲୋଚନା କାର୍ୟ୍ୟକ୍ରମରେ ଅବଗତ କରିବା ସହ ଏକ ଲେଖା ବି ପ୍ରକାଶ ପାଇଛି। ଦିନ କେଇଟା ପରେ ମାଟ୍ରିକ୍ ପରୀକ୍ଷା ତା’ପୂର୍ବରୁ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଯଦି କୌଣସି ପରୀକ୍ଷା କେନ୍ଦ୍ରରୁ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନଜରକୁ ଆସେ ତାହାହେଲେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନର ପ୍ରଧାନଶିକ୍ଷକ ଏଥିପାଇଁ ଦାୟୀ ରହିବେ ଏବଂ କଡ଼ା କାର୍ୟ୍ୟାନୁଷ୍ଠାନ ନିଆଯିବ। ପରୀକ୍ଷା ଚାଲିଥିବା ସମୟରେ ପରୀକ୍ଷା କେନ୍ଦ୍ର ପରିଚାଳକଙ୍କ ବ୍ୟତୀତ ଅନ୍ୟ କେହି କେନ୍ଦ୍ର ଭିତରକୁ ମୋବାଇଲ୍ ନେଇପାରିବେ ନାହିଁ। ମୋବାଇଲ୍ ପ୍ରବେଶ ଉପରେ କଟକଣା ଲଗାଯାଇଛି। ସେହିପରି ପ୍ରଶ୍ନପତ୍ର ଥିବା ଆଲମାରିର ଚାବିକାଠି କେବଳ କେନ୍ଦ୍ର କୌଣସି ପ୍ୟାକେଟ୍ କିମ୍ବା କାଗଜପତ୍ର ଯାଞ୍ଚ କରିବାକୁ ଦେବା ପୂର୍ବରୁ ସମ୍ପୃକ୍ତ ଅଧିକାରୀଙ୍କ ପରିଚୟ ସମ୍ପର୍କରେ ପରିଚାଳକ ଭଲ ଭାବେ ଜାଣିଥିବା ଆବଶ୍ୟକ। ଅଚିହ୍ନା ବ୍ୟକ୍ତିକୁ ପରୀକ୍ଷା କେନ୍ଦ୍ର ଭିତରକୁ ପ୍ରବେଶ ଲାଗି ଅନୁମତି ନ ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ହେଲେ ପ୍ରଧାନଶିକ୍ଷକ ଦାୟୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











