The Ultimate Managed Hosting Platform
ADVERTISEMENT

ମିଆଁମାର ଭୂକମ୍ପ ; ୧୦୦୦ ଟପିଲାଣି ମୃତ୍ୟୁ ସଂଖ୍ୟା

Facebook
Twitter
LinkedIn

ନୂଆଦିଲ୍ଲୀ : ମିଆଁମାର ଓ ଥାଇଲାଣ୍ଡରେ ଶୁକ୍ରବାର ହୋଇଥିବା ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ଭୀଷଣ ବିପର୍ୟ୍ୟୟ ହୋଇଛି । ମିଆଁମାରରେ ୧୦୦୨ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦୦୦ରୁ ଅଧିକ ଆହତ ହୋଇଛନ୍ତି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ । ମିଆଁମାରର ଭୂକମ୍ପର ପ୍ରଭାବ ୯୦୦ କିମି ଦୂରରେ ଥିବା ପଡ଼ୋଶୀ ଥାଇଲାଣ୍ଡର ରାଜଧାନୀ ବ୍ୟାଂକକରେ ମଧ୍ୟ ବ୍ୟାପକ କ୍ଷୟକ୍ଷତି ଘଟିଛି । ଏହାକୁ ଦୃଷ୍ଟିରେ ରଖି ଏବେ ଭାରତ ସରକାର ୧୫ଟନର ରିଲିଫ୍ ସାମଗ୍ରୀ ପଠାଇଛନ୍ତି । ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ଶୁକ୍ରବାର ଦିନ ୭.୭ ତୀବ୍ରତାର ଭୂ-କମ୍ପ ବ୍ୟାପକ କ୍ଷୟକ୍ଷତି ଘଟାଇଛି । ଆହୁରି ବହୁ ଅଧିକ ହେବା ଆଶଂକା କରାଯାଉଛି । ଅନେକ ଲୋକ ଧ୍ବଂସ ସ୍ତୁପ ତଳେ ଚାପି ହୋଇ ରହିଛନ୍ତି । ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଉଦ୍ଧାର କାର୍ୟ୍ୟ । ଧ୍ବଂସସ୍ତୁପ ତଳୁ ଜୀବନର ସନ୍ଧାନ କରୁଛନ୍ତି ଉଦ୍ଧାରକାରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login