ଭୁବନେଶ୍ୱର : ଓଡିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ୪୩ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା ହେଲା ୮୭୭ କୋଟି । ଚଳିତ ଖରିଫ ରୁତୁରେ ଚାଷ କାମ ପାଇଁ ମିଳିଲା କାଳିଆ ସହାୟତା । ଏହି ଅବସରରେ ଚାଷୀଙ୍କୁ ଓଡ଼ିଶା ଦିବସର ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଚାଷୀଙ୍କ କଲ୍ୟାଣ ସହ ରାଜ୍ୟର ବିକାଶ ଯୋଡି ହୋଇ ରହିଛି । ତେଣୁ ଆଜିର ପବିତ୍ର ଦିନରେ କାଳିଆ ସହାୟତା ପ୍ରଦାନ କରି ଆମେ ନୂଆ ଅର୍ଥିକ ବର୍ଷ ଆରମ୍ଭ କଲୁ ।
Views: 87