The Ultimate Managed Hosting Platform
ADVERTISEMENT

ମିଶନ ଶକ୍ତି କର୍ମକର୍ତ୍ତାଙ୍କ ଦେୟ ବୃଦ୍ଧି

Facebook
Twitter
LinkedIn

ଭୁବନେଶ୍ୱର : ମିଶନ ଶକ୍ତି କର୍ମକର୍ତ୍ତାମାନଙ୍କର ଦେୟ ପରିମାଣରେ ବୃଦ୍ଧି।ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନ କର୍ମକର୍ତ୍ତାଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର୍ୟ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି। ବ୍ଲକସ୍ତରୀୟ ଫେଡେରସନର ସଭାପତି ଓ ସଂପାଦକମାନେ ବୈଠକ ପାଇଁ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ଏବେ ୪,୫୦୦ ଟଙ୍କା ପାଇବେ। ସେହିପରି ଏହାର ଅନ୍ୟ କାର୍ୟ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବା ବେଳେ ଏବେ ୨,୫୦୦ ଟଙ୍କା ପାଇବେ। ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବାବେଳେ ଏବେ ୨,୫୦୦ ଟଙ୍କା ପାଇବେ ଏବଂ ଅନ୍ୟ କାର୍ୟ୍ୟକାରିଣୀ ସଦସ୍ୟାମାନେ ପୂର୍ବରୁ ୧,୦୦୦ ଟଙ୍କା ପାଉଥିବା ବେଳେ ଏବେ ୧,୫୦୦ ଟଙ୍କା ପାଇବେ। ଏହା ଦ୍ୱାରା ବର୍ଷକୁ ୨୪୯.୨୧ କୋଟି ଟଙ୍କା ଖର୍ଚ୍ଚ ହେବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login