ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିଜେଡିର ୨ ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନ ଦାଖଲ କଲେ । ନାମାଙ୍କନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିଥିଲେ । ନାମାଙ୍କନ ଭରିବା ପୂର୍ବରୁ ପ୍ରତିକ୍ରିୟା ଦେଇ ଦେବାଶିଷ ସାମନ୍ତରାୟ କହିଥିଲେ, ସଂସଦରେ ରାଜ୍ୟ ହିତ ପ୍ରସଙ୍ଗ ଉଠାଇବେ । ବିଧାନସଭାରୁ ରାଜ୍ୟସଭାକୁ ଯିବା ତାଙ୍କ ପାଇଁ ପ୍ରମୋସନ ବୋଲି କହିଛନ୍ତି ଦେବାଶିଷ । ବିଧାୟକ ହେବି ନା ସାଂସଦ ହେବି ମୋର ପସନ୍ଦ ନୁହେଁ ବରଂ ଏହା ମୁଖ୍ୟମନ୍ତ୍ରୀଙ୍କ ପସନ୍ଦ । ବାଲିଯାତ୍ରାକୁ ଐତିହାସିକ ମାନ୍ୟତା ଓ କଟକର ଅନ୍ୟାନ୍ୟ ବହୁ ସମସ୍ୟାର ସମାଧାନ ପାଇଁ ରାଜ୍ୟସଭାରେ ସ୍ୱର ଉଠାଇବି । ସେହିଭଳି ନାମାଙ୍କନ ଭରିବା ପୂର୍ବରୁ ଶୁଭାଶିଷ ଖୁଣ୍ଟିଆ କହିଥିଲେ, ମହାପ୍ରଭୁଙ୍କ ଆଶୀର୍ବାଦରୁ ମୁଖ୍ୟମନ୍ତ୍ରୀ ମୋତେ ଏହି ଗୁରୁଦାୟିତ୍ୱ ଦେଇଛନ୍ତି । ଦଳ ଯେତେବେଳେ ଯାହା ଦାୟିତ୍ୱ ଦେଇଛି ମୁଁ ତାହାକୁ ପାଳନ କରିଛି । ଏହି ଦାୟିତ୍ୱକୁ ମଧ୍ୟ ପାଳନ କରିବି ବୋଲି କହିଛନ୍ତି ଶୁଭାଶିଷ ।
ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କଲେ ଦେବାଶିଷ , ଶୁଭାଶିଷ

Facebook
Twitter
LinkedIn
Facebook
Twitter
LinkedIn
Recent News
୫ ହଜାର ବୋତଲ କଫ୍ ସିରପ ଜବତ
ସମ୍ବଲପୁର : ବଡ ଧରଣର କଫ୍ ସିରପ୍ ରାକେଟର ପର୍ଦ୍ଦାଫାସ । ଏହି ଘଟଣାରେ ୨୦ ଜଣ ଗିରଫ ହୋଇଛନ୍ତି । ୫ହଜାର ବୋତଲ କଫ ସିରପ...
ଶ୍ରୀମନ୍ଦିରରେ ହେବ ୱାକିଟକି ବ୍ୟବସ୍ଥା : ଗିରୀଶ
ପୁରୀ : ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ ଫୋନ ।କୈାଣସି ପୋଲିସ କି ସେବାୟତ ବି ନେଇ ପାରିବେନି ମୋବାଇଲ । ଆଗକୁ ୱାକିଟକି ବ୍ୟବସ୍ଥା...
୧୬ରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ
ନୂଆପଡା : ଆସନ୍ତା ୧୬ ତାରିଖରେ ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କର ଦାଖଲ ବେଳେ ଉପସ୍ଥିତ ରହିବେ ।...
e-KYC କରି ନ ଥିଲେ ମିଳିବନି ଚାଉଳ ; ମନ୍ତ୍ରୀ
ଭୁବନେଶ୍ୱର : e-KYC କରି ନ ଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।...