ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ ଆଣିଲା କଂଗ୍ରେସ । ଶୂନ୍ୟକାଳରେ ନୋଟିସକୁ ଗ୍ରହଣ କଲେ ବାଚସ୍ପତି । ଗତ ୨୬ ତାରିଖରେ ଗୃହ ଚାଲିଥିବା ବେଳେ ଅଗ୍ନିବୀରଙ୍କ ପାଇଁ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଓ ବୟସ କୋହଳ ନେଇ ମୁଖ୍ୟମନ୍ତ୍ରୀ ଗୃହ ବାହାରେ ଘୋଷଣା କରିଥିଲେ। ବିଧାନସଭା ବା ସଂସଦୀୟ ନିୟମ ଅନୁସାରେ ଅଧିବେଶନ ଚାଲିଥିବା ବେଳେ କୌଣସି ନୀତିଗତ ନିଷ୍ପତି ଗୃହ ବାହାରେ ଘୋଷଣା କରାଯାଇପାରିବ ନାହିଁ। ଏହାକୁ ପ୍ରଥମେ ଗୃହରେ ଘୋଷଣା କରିବାର ଆବଶ୍ୟକତା ରହିଛି। ହେଲେ ମୁଖ୍ୟମନ୍ତ୍ରୀ ଏହି ନିୟମ ଭାଙ୍ଗିଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି। ଗୃହ ବାହାରେ ମୁଖ୍ୟମନ୍ତ୍ରୀଙ୍କ କରିଥିବା ଘୋଷଣାକୁ ଗୃହ ଭିତରେ ସଂସଦୀୟ ମନ୍ତ୍ରୀ ଦୁଇ ଦିନ ପରେ ଘୋଷଣା କରିଛନ୍ତି । କିନ୍ତୁ ମୁଖ୍ୟମନ୍ତ୍ରୀ ଏହାକୁ ଗୃହରେ କାହିଁକି ଘୋଷଣା କଲେ ନାହିଁ ? ଗୃହକୁ ବିଶ୍ୱାସକୁ ନେଲେ ନାହିଁ ମୁଖ୍ୟମନ୍ତ୍ରୀ, ଗୃହର ମର୍ୟ୍ୟାଦା ଭଙ୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ବିଧାନସଭା ଇତିହାସରେ ଏକ କଳଙ୍କିତ ଅଧ୍ୟାୟ । ତେଣୁ ସ୍ୱାଧିକାରକୁ ଗ୍ରହଣ କରିବାକୁ ଦାବି କଲେ ତାରା ବାହିନୀପତି ।
ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧିକାର ନୋଟିସ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











