ମୁମ୍ବାଇ : ଆଜି ହେଉଛି ନଭେମ୍ବର ୨୬ ତାରିଖ । ଆଜିର ଦିନରେ ମୁମ୍ବାଇରେ ଘଟିଥିଲେ ଅତି ଅମାନୁଷିକ ଲୋମହର୍ଷଣକାରୀ ଘଟଣା । ରକ୍ତାକ୍ତ ହୋଇ ଯାଇଥିଲା ମୁମ୍ବାଇର ସହର । ହଁ ଦର୍ଶକ ବନ୍ଧୁ ୨୦୦୮ ମସିହା ୨୬/୧୧ ମୁମ୍ବାଇ ଆକ୍ରମଣକୁ ପୁରିଛି ୧୬ ବର୍ଷ । ଠିକ ଆଜିର ଦିନରେ ଜଳପଥରେ ଆସି ମୁମ୍ବାଇରେ ପଶିବା ପରେ ଆତଙ୍କବାଦୀ ଯେଉଁ ମୃତ୍ୟୁ ତାଣ୍ଡବ ରଚିଥିଲେ ତାହା କେହି ଭୁଲି ନାହାନ୍ତି । ନଭେମ୍ବର ୨୬ ମୁମ୍ବାଇ ଆକ୍ରମଣରେ ସହିଦ ଯବାନ ଓ ନାଗିରକଙ୍କୁ ମନେ ପକାଉଛି ସାରା ଦେଶ । ମୁମ୍ବାଇ ଆକ୍ରମଣକୁ ଚାହିଁକି ମଧ୍ୟ କୌଣସି ଭାରତୀୟ ଭୁଲି ପାରିବେ ନାହିଁ । ଆତଙ୍କବାଦୀଙ୍କ ଆକ୍ରମଣରେ ୧୬୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଓ ୩ଶହରୁ ଅଧିକ ଆହତ ହୋଇଥିଲେ । ଆତଙ୍କବାଦୀ ପ୍ରଥମେ ଶିବାଜୀ ଟର୍ମିନାଲ ପରେ ମାୟାନଗରୀର ବିଭିନ୍ନ ସ୍ଥାନରେ ଆଖିବୁଜା ଗୁଳିମାଡ କରି ବ୍ୟାପକ ଧନଜୀବନ ହାନି କରି ଆତଙ୍କ ଖେଳାଇ ଦେଇଥିଲେ । ହେଲେ ଏବେ ୧୫ ବର୍ଷ ପରେ ମୁମ୍ବାଇର ସୁରକ୍ଷା ବ୍ୟବସ୍ଥା ସୁଦୃଢ ହୋଇଛି । ଏବେ କୌଣସି ଆତଙ୍କବାଦୀ ମାୟାନଗରୀ ଉପରେ ଆକ୍ରମଣ କରିବାକୁ ହେଲେ ଶହେ ଥର ଚିନ୍ତା କରିବ। ମୁମ୍ବାଇ ସହର ସାରା ସିସିଟିଭି କ୍ୟାମେରା ଲଗାଯାଇଛି। ସନ୍ଦିଗ୍ଧ ଗତିବିଧି ଦେଖିଲେ କୁଇକ୍ ରେସପନ୍ସ ଟିମ ଘଟଣାସ୍ଥଳରେ ପହଂଚିଯାଉଛି। ସମୁଦ୍ର ପଥରେ ସୁରକ୍ଷାକୁ କଡାକଡି କରାଯାଇଛି। ଏହାଛଡା ଗୁଏନ୍ଦା ବିଭାଗକୁ ଆହୁରି ଶକ୍ତିଶାଳୀ ହୋଇଛି। ତେଣୁ ବର୍ତମାନ ସ୍ଥିତିରେ ମୁମ୍ବାଇ ଉପରେ ଆକ୍ରମଣ କରିବା କୌଣସି ଆତଙ୍କବାଦୀ ସଂଗଠନ ପକ୍ଷେ ସମ୍ଭବ ନୁହେଁ ।
ମୁମ୍ବାଇ ଆକ୍ରମଣକୁ ପୂରିଲା ୧୬ ବର୍ଷ, ଆଜିର ଦିନରେ ଆତଙ୍କବାଦୀ ରଚିଥିଲେ ମୃତ୍ୟୁର ତାଣ୍ଡବ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...