ଭୁବନେଶ୍ୱର: ମେ ୨୫ରେ ଦେଶରେ ଷଷ୍ଠ ଓ ଓଡ଼ିଶାରେ ହେବ ତୃତୀୟ ପର୍ୟ୍ୟାୟ ନିର୍ବାଚନ। ଦେଶର ମୋଟ ୫୭ ଆସନରେ ହେବ ଭୋଟ। ଏଥିପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ମେ ୬ ତାରିଖ ପର୍ୟ୍ୟନ୍ତ ଚାଲିବ ନାମାଙ୍କନ ଦାଖଲ। ତୃତୀୟ ପର୍ୟ୍ୟାୟରେ କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢାଖୋଲ, ଦେବଗଡ଼, ତେଲକୋଇ, ଘଷିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କି, ଆଠଗଡ଼, ବାରବାଟୀ କଟକ, ଚୌଦ୍ବାର, କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ବର ମଧ୍ୟ, ଭୁବନେଶ୍ବର ଉତ୍ତର, ଏକାମ୍ର ଭୁବନେଶ୍ବର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ। ବିଜ୍ଞପ୍ତି ଅନୁଯାୟୀ, ମେ ୭ ତାରିଖରେ ଯାଞ୍ଚ ଓ ୯ ତାରିଖ ଯାଏ ପ୍ରାର୍ଥିପତ୍ର ପ୍ରତ୍ୟାହାରର ସୁଯୋଗ ରହିଛି। ତୃତୀୟ ପର୍ୟ୍ୟାୟ ଓଡ଼ିଶାର ୬ଟି ଲୋକସଭା କ୍ଷେତ୍ର ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବରରେ ଭୋଟ୍ ଗ୍ରହଣ ହେବ। ଏହି ଲୋକସଭା କ୍ଷେତ୍ର ଅଧିନ ୪୨ଟି ବିଧାନସଭା କ୍ଷେତ୍ରରେ ବି ଭୋଟ ଗ୍ରହଣ ହେବ।
ମେ ୨୫ରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
Facebook
Twitter
LinkedIn
Facebook
Twitter
LinkedIn
Recent News
ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ
ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...
ଛାଡପତ୍ର ପରେ ଦ୍ୱିତୀୟ ବିବାହ କଲେ ସମନ୍ଥା
ବ୍ୟୁରୋ : ଛାଡପତ୍ରର ୪ ବର୍ଷ ପରେ ଅଭିନେତ୍ରୀ ସମନ୍ଥା ଦେଲେ ଖୁସି ଖବର ।ପ୍ରେମିକ ରାଜଙ୍କୁ କଲେ ଦ୍ୱୀତାୟ ବିବାହ । ଏନେଇ ସୋସିଆଲ ମିଡିଆରେ...
ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ
ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...
କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...











