ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟସଭା ଓ ଲୋକସଭା ବିରୋଧୀଦଳ ନେତାଙ୍କ ଚିଠି । ସଂସଦର ସ୍ୱତନ୍ତ୍ର ଅଧିବେଶନ ପାଇଁ ଉଭୟେ ଲେଖିଲେ ଚିଠି । ପହଲଗାମ ଆତଙ୍କୀ ଆକ୍ରମଣ ନେଇ ଆଲୋଚନା ଦାବି କଲେ । ଅପରେସନ ସିନ୍ଦୂର, ଆମେରିକା ପକ୍ଷରୁ ପ୍ରଥମେ ଅସ୍ତ୍ରବିରତି କଥା ଉଲ୍ଲେଖ । ପରେ ଭାରତ ଓ ପାକିସ୍ତାନ ପକ୍ଷରୁ ଅସ୍ତ୍ରବିରତି ଘୋଷଣା କଥା ଉଲ୍ଲେଖ । ଏ ନେଇ ଆଲୋଚନା ନେଇ ସ୍ୱତନ୍ତ୍ର ଅଧିବେଶନ ଡକାଯାଉ ଦାବି କଲେ । ବିରୋଧୀ ଦଳ ପକ୍ଷରୁ ରାହୁଲ ଗାନ୍ଧୀ ସଂସଦର ସ୍ୱତନ୍ତ୍ର ଅଧିବେଶନ ଡାକିବା ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଚିଠି ଲେଖିଛନ୍ତି। ସେ ଲେଖିଛନ୍ତି, ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ, ମୁଁ ବିରୋଧୀଙ୍କ ସର୍ବସମ୍ମତ ଅନୁରୋଧକୁ ପୁନର୍ବାର ଦୋହରାଉଛି ଯେ, ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ତୁରନ୍ତ ଡକାଯାଉ। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଲେଖାଯାଇଥିବା ଚିଠିକୁ ସୋସିଆଲ ମିଡିଆରେ ସେୟାର କରି କଂଗ୍ରେସ ଅଧ୍ୟକ୍ଷ ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୋର ଚିଠିରେ ପହଲଗାମ ଆତଙ୍କବାଦୀ ଆକ୍ରମଣ, ଅପରେସନ ସିନ୍ଦୁର ଏବଂ ପ୍ରଥମେ ୱାଶିଂଟନ ଡିସିରେ ଏବଂ ପରେ ଭାରତ ଏବଂ ପାକିସ୍ତାନ ସରକାରଙ୍କ ଦ୍ୱାରା କରାଯାଇଥିବା ଅସ୍ତ୍ରବିରତି ଘୋଷଣା ଉପରେ ଆଲୋଚନା ପାଇଁ ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ଅନୁରୋଧ କରାଯାଇଛି।
ମୋଦୀଙ୍କୁ ଖଡଗେ, ରାହୁଲଙ୍କ ଚିଠି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











