ନୂଆଦିଲ୍ଲୀ : ମନମୋହନଙ୍କୁ ଶେଷ ବିଦାୟ ଦେଲେ ପତ୍ନୀ ଗୁରୁଶରନ କୈାନ । ଏହା ଥିଲା ଜୀବନ ଯାତ୍ରାର ଶେଷ ଦେଖା । ୟା ପରଠୁ ଆଉ କେବେ ବି ଦେଖା ହୋଇ ପାରିବ ନାହିଁ । କିନ୍ତୁ ସବୁବେଳେ ତୁମେ ମନରେ ରହିବ । ଅନ୍ତିମ ସଂସ୍କାରରରେ ସାମିଲ ହୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ ବି ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି । ସେହିପରି ଡକ୍ଟର ମନମୋହନ ସିଂଙ୍କୁ ତୋପସଲାମୀ ଦିଆଯାଇଛି । ୩ ସେନା ପକ୍ଷରୁ ତୋପ ସଲାମୀ ଦିଆଯାଇଛି । ମନମୋହନ ସିଂହଙ୍କ ଶେଷକୃତ୍ୟ ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେଉଛି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ଜାତୀୟ ଶୋକ ପାଳନ କରାଯାଉଥିବାରୁ ଆଜି ରାଷ୍ଟ୍ରପତି ଭବନରେ ‘ଚେଞ୍ଜ ଅଫ୍ ଗାର୍ଡ’ ଉତ୍ସବ ଅନୁଷ୍ଠିତ ହେବ ନାହିଁ। ଏହା ଏକ ସାମରିକ ପରମ୍ପରା, ଯେଉଁଥିରେ ରାଷ୍ଟ୍ରପତିଙ୍କ ଅଙ୍ଗରକ୍ଷୀଙ୍କ ଗୋଟିଏ ଗୋଷ୍ଠୀ ଅନ୍ୟ ଏକ ଗୋଷ୍ଠୀଠାରୁ ଦାୟିତ୍ୱ ଗ୍ରହଣ କରନ୍ତି। ପ୍ରତି ସପ୍ତାହରେ ଏହା ଅନୁଷ୍ଠିତ ହୋଇଥାଏ। ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସମ୍ମାନାର୍ଥେ ସାତ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ସାରା ଦେଶରେ ଜାତୀୟ ପତାକା ଅର୍ଦ୍ଧନମିତ ରହିବ।
ମନମୋହନଙ୍କୁ ଶେଷ ବିଦାୟ ଦେଲେ ପତ୍ନୀ ଗୁରୁଶରନ କୈାର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











