ମୁମ୍ବାଇ : ପୁଣି ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି । ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଆମେରିକାର ନୱାର୍କ ଯାଉଥିବା ଏୟାର ଇଣ୍ଡିଆ ବିମାନ AI ୧୯୧ ଉଡ଼ାଣ ଭରିବାର କିଛି ସମୟ ପରେ ମୁମ୍ବାଇ ଫେରିଛି । ମୁମ୍ବାଇରେ ଜରୁରୀ ଅବତରଣ କରିଛି ଏୟାର ଇଣ୍ଡିଆ ବିମାନ । ବିମାନଟି ଟେକ୍ ଅଫ୍ କରିବାର କିଛି ସମୟ ପରେ ବୈଷୟିକ ତ୍ରୁଟି ଦେଖାଦେବା ପାଇଲଟ ଆଶଙ୍କା କରିଥିଲେ । ତେଣୁ ବିମାନକୁ ମୁମ୍ବାଇରେ ଜରୁରୀ ଅବତରଣ କରିଥିଲେ । ବିମାନଟି ସୁରକ୍ଷିତ ଲ୍ୟାଣ୍ଡିଂ କରିଥିଲା । ଖବର ମୁତାବକ, ଏୟାର ଇଣ୍ଡିଆ ବିମାନ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରୁ ରାତି ୧.୧୪ ମିନିଟରେ ଉଡ଼ାଣ ଭରିଥିଲା । କିନ୍ତୁ ଅଧା ଘଣ୍ଟା ପରେ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ତେଣୁ ପାଇଲଟ ବିମାନକୁ ମୁମ୍ବାଇ ଫେରାଇ ଆଣିବା ପାଇଁ ନିଷ୍ପତ୍ତି ନେଇଥିଲେ । ଏହାପରେ ଭୋର ୩ଟାରେ ବିମାନଟି ଜରୁରୀ ଅବତରଣ କରିଥିଲା । ଆଉ ଯାତ୍ରୀଙ୍କୁ ନିଜ ଗନ୍ତବ୍ୟ ସ୍ଥଳକୁ ପଠାଇବା ପାଇଁ ଅନ୍ୟ ଏକ ବିମାନର ବ୍ୟବସ୍ଥା କରାଯାଇଥିଲା ।
ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











