ଭୁବନେଶ୍ୱର : ରଣକ୍ଷେତ୍ର ପାଲଟିଲା ଭୁବନେଶ୍ବର ଉପକଣ୍ଠ ଶିଶୁପାଳଗଡ଼। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ଆକ୍ରମଣ କରିଛନ୍ତି। ଉତ୍ତେଜନା ଯୋଗୁଁ ଭୁବନେଶ୍ବର-ପୁରୀ ରାସ୍ତା ଅବରୋଧ କରାଯାଇଛି।
ମିଳିଥିବା ଖବର ମୁତାବକ ଗତକାଲି ରାତି ୯.୩୦ ସମୟରେ ଦୁଇ ଜଣ ଦୁର୍ବୃତ୍ତ ନିଶାରେ ଚୁର୍ ହୋଇ ଗାଁରେ ପଇଁତରା ମାରିଥିଲେ। ହାତରେ ମାରଣାସ୍ତ୍ର ଧରି ରାସ୍ତା ଯାଉଥିବା ଲୋକଙ୍କୁ ଆକ୍ରମଣ କରିଥିଲେ । ଗାଡ଼ି ସାଇଡ୍ ମାରିବା ବାହାନାରେ ଜଣେ ଯୁବକଙ୍କୁ ଆକ୍ରମଣ କରିଥିଲେ। ପତିତପାବନ କ୍ଲବ ସମ୍ମୁଖରେ ଲୋକଙ୍କୁ ଗାଳିଗୁଲଜ କଲେ। ହାତରେ ଖଣ୍ଡା, ଗୁପ୍ତି ଓ ଭୁଜାଲି ଭଳି ମାରଣାସ୍ତ୍ର ଧରି ଗାଁ କ୍ଲବ ଘର, ଶିଶୁପାଳଗଡ଼ ଛକ ଓ ନୂଆଗାଁ ଛକରେ ଯାହାକୁ ପାଇଲେ ଗୋଡ଼େଇ ଗୋଡ଼େଇ ହାଣିଲେ। ଫଳରେ ୩ ଜଣ ଆହତ ହୋଇଛନ୍ତି ।
ଅପରପକ୍ଷରେ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଲୋକେ ଧଉଳି ଥାନା ଅଧିକାରୀଙ୍କୁ ଏ ସମ୍ପର୍କରେ ସଙ୍ଗେ ସଙ୍ଗେ ଜଣାଇଥିଲେ। ପରେ ଧଉଳି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲା। ଉତ୍ତେଜନା ଲାଗି ରହିଥିବାରୁ ଘଟଣାସ୍ଥଳରେ ପୋଲସି ମୁତୟନ କରାଯାଇଛି। ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।
ରଣକ୍ଷେତ୍ର ପାଲଟିଲା ଶିଶୁପାଳଗଡ, ବୁଲିଲା ଖଣ୍ଡା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











