The Ultimate Managed Hosting Platform
ADVERTISEMENT

ରତ୍ନଭଣ୍ଡାର କେଁ : ଷ୍ଟାଟସ ରିପୋର୍ଟ ନିଦେ୍ର୍ଦଶ

Facebook
Twitter
LinkedIn

କଟକ : ରତ୍ନଭଣ୍ଡାର ଚାବି ହଜିବା ନେଇ କମିଶନଙ୍କ ରିପୋର୍ଟକୁ ସାର୍ବଜନୀନ ମାମଲା । ଷ୍ଟାଟର୍ସ ରିପୋର୍ଟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିଦେ୍ର୍ଦଶ । ୨-୩ ଦିନ ଭିତରେ ରିପୋର୍ଟ ଦେବାକୁ ଅନୁମତି ଲୋଡିଲେ ସରକାର । ୨ ସପ୍ତାହ ପରେ ପରବର୍ତ୍ତୀ ଶୁଣାଣି ହେବ କହିଲେ ହାଇକୋର୍ଟ । ସୂଚନାଯୋଗ୍ୟ, ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣା ସାମ୍ନାକୁ ଆସିବା ପରେ ରାଜ୍ୟବ୍ୟାପି ହଇଚଇ ସୃଷ୍ଟି ହୋଇଥିଲା। ରତ୍ନଭଣ୍ଡାରରୁ ବହୁ ମୂଲ୍ୟ ସାମଗ୍ରୀ ଚୋରି ହୋଇ ଯାଇଥିବା ନେଇ ଆଶଙ୍କା ପ୍ରକାଶ ପାଇଥିଲା। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ, ସ୍ୱେଚ୍ଛାସେବୀ ସଂଗଠନ ହୋହଲ୍ଲା କରିଥିଲେ। ଚାପକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜଷ୍ଟିସ ରଘୁବୀର ଦାସଙ୍କୁ ନେଇ ଏକ ତଦନ୍ତ କମିସନ ଗଠନ କରିଥିଲେ। କମିସନ ନିଜର ତଦନ୍ତ ଶେଷ କରି ୨୦୧୮ ନଭେମ୍ବର ୨୯ରେ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। ହେଲେ ଏବେ ଯାଏ ଏହାକୁ ସାର୍ବଜନିତ କରାଯାଉନାହିଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login