The Ultimate Managed Hosting Platform
ADVERTISEMENT

ରତ୍ନଭଣ୍ଡାର ମାମଲାର ଶୁଣାଣି ଶେଷ, ରାୟ ସଂରକ୍ଷିତ

Facebook
Twitter
LinkedIn

ପୁରୀ : ରତ୍ନଭଣ୍ଡାର ମାମଲାର ଶୁଣାଣି ଶେଷ ହୋଇଛି । ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ସହିତ ସବିଶେଷ ତାଲିକା ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି ଶେଷ ହୋଇଛି । ଏହି ରାୟକୁ ହାଇକୋର୍ଟ ସଂରକ୍ଷିତ ରଖିଛନ୍ତି । ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ। ରତ୍ନଭଣ୍ଡାର ଖୋଲି ତାର ବିପଦଶଙ୍କୁଳ ଅଂଶ ମରାମତି ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଏଥିରେ ପ୍ରାର୍ଥନା କରାଯାଇଥିଲା। ପୂର୍ବତନ ରାଜ୍ୟପାଳ ଭଗବତ ଦୟାଲ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଢାଞ୍ଚାରେ ରାଜ୍ୟପାଳ କିମ୍ବା ଜଣେ କାର୍ୟ୍ୟରତ ହାଇକୋର୍ଟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଯୁଗ୍ମ କମିଟି ଗଠନ କରାଯାଇ ରତ୍ନ ଅଳଙ୍କାର ତାଲିକା ପ୍ରସ୍ତୁତ କରିବା ପାଇଁ ପିଟିସନରେ ପ୍ରାର୍ଥନା ହୋଇଥିଲା। ଏଥିରେ ମୁଖ୍ୟ ସଚିବ, ପୁରୀ ଗଜପତି ମହାରାଜା, ଗୃହ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଆଇନ ସଚିବ, ପୁରୀ ଜିଲ୍ଲାପାଳ, ଏଏସଆଇ, ସିବିଆଇ ନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login