ଭୁବନେଶ୍ୱର : ରଥଯାତ୍ରା ଅଘଟଣକୁ ନେଇ ଟାର୍ଗେଟ କଲେ ରାହୁଲ । ଅଦାନୀ ପାଇଁ ରଥକୁ ରୋକାଯାଉଛି କହିଲେ ରାହୁଲ । ଏହା ଆପଣଙ୍କର ସରକାର ନୁହେଁ , ଆଦାନୀଙ୍କ ଭଳି ଉଦ୍ୟୋଗପତିଙ୍କ ସରକାର । ଓଡିଶାରେ ୪୦ ହଜାରରୁ ଉଦ୍ଧ୍ୱର୍ ମହିଳା ଗାଏବ ହୋଇଛନ୍ତି । ଏମାନେ କୁଆଡେ ଗଲେ କେହି ଜାଣି ନାହାନ୍ତି । ହାର ଲକ୍ଷ୍ୟ ଆପଣଙ୍କ ଜମି, ଜଙ୍ଗଲ ଆଉ ଭବିଷ୍ୟତକୁ ଚୋରି କରିବା । ଆପଣଙ୍କ ସରକାର ଓଡ଼ିଶା ଯୁବକଙ୍କ ପାଇଁ କେତେ ରୋଜଗାର ସୃଷ୍ଟି କରିଛନ୍ତି ? ବଡ ବଡ଼ କମ୍ପାନି ଆସୁଛନ୍ତି ଆପଣଙ୍କ ଜମି ନେଇଯାଉଛନ୍ତି, ଧନ ନେଇଯାଉଛନ୍ତି ଆପଣଙ୍କ ଖଣି ନେଇଯାଉଛନ୍ତି ଆପଣଙ୍କୁ କେତେ ରୋଜଗାର ଦେଉଛନ୍ତି? ରାହୁଲ କହିଛନ୍ତି, ଓଡ଼ିଶା ସରକାରଙ୍କ କାମ ଓଡ଼ିଶାର ଧନ ଗରିବ ଲୋକଙ୍କଠାରୁ ଚୋରି କରିବା । ପ୍ରଥମେ ବିଜେଡି ଏହି କାମ କରୁଥିଲା ଆଉ ଏବେ ବିଜେପି ଏହି କାମ କରୁଛି । ଓଡିଶାର ଗରିବ ଲୋକ, ଦଳିତ, ଚାଷୀ, ମଜୁରିଆ ଗୋଟିଏ ଅନ୍ୟପଟେ ୫ରୁ ୬ ଜଣ ଆରବପତି, ବିଜେପି ସରକାର, ଏମାନଙ୍କ ଭିତରେ ଲଢେଇ ହେଉଛି । ଆଉ କଂଗ୍ରେସ ଓଡ଼ିଶା ଜନତାଙ୍କ ସହ ମିଶି ଏହି ଲଢେଇ ଜିତିବ । ବିକାଶ ଆରବପତିଙ୍କ ପାଇଁ ନୁହେଁ ବିକାଶ ଓଡ଼ିଶା ଜନତାଙ୍କ ପାଇଁ କରାଯିବା ଦରକାର । ଏଠାକାର ସରକାର ଆପଣଙ୍କ ଧନ, ଜନ, ଭୂମି ଲୁଟିବାରେ ଲାଗିଛି । କ୍ଷତିପୂରଣ ନଦେଇ ଡରାନ୍ତି, ଧମକ ଦିଅନ୍ତି । ଆଦିବାସୀ, ଚାଷୀ, ଗରିବ ଯାହା ଉପରେ ସରକାର ଅତ୍ୟାଚାର କରୁଛନ୍ତି ତାଙ୍କ ସହ କଂଗ୍ରେସ ଛିଡ଼ା ହେବ, ମୁଁ ଛିଡ଼ା ହେବି । ଆଉ ଆଦିବାସୀଙ୍କୁ ପଟ୍ଟା ଆପଣଙ୍କୁ କଂଗ୍ରେସ ହିଁ ଦେବ ବୋଲି ରାହୁଲ କହିଛନ୍ତି ।
ରଥଯାତ୍ରା ଅଘଟଣକୁ ନେଇ ଚାର୍ଗେଟ, କହିଲେ ଆଦାନୀ ପାଇଁ ରଥକୁ ରୋକାଯାଉଛି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











