ପୁରୀ : ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୫ ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଛି। ବଡ଼ଦାଣ୍ଡରେ ଗହଳି ବଢ଼ିଛି। ପବିତ୍ର ରଥଯାତ୍ରା ଅବସରରେ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇସାରିଛି। ତିନି ଠାକୁରଙ୍କ ପହଣ୍ଡି ବିଜେ ନୀତି ସମ୍ପନ୍ନ ହୋଇଛି । ରଥାରୂଢ ହେଲେ ୩ ଠାକୁର । ରଥରେ ଅନ୍ୟାନ୍ୟ ନୀତିକାନ୍ତି ପରେ ରଥଟଣା ଆରମ୍ଭ ହେବ । ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରି ଯିବେ ଚତୁର୍ଦ୍ଧାମୂର୍ତ୍ତି । ସିଂହଦ୍ବାର ସାମ୍ନାରେ ମହାପ୍ରଭୁଙ୍କ ଅପେକ୍ଷାରେ ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ । ସଜେଇ ହୋଇଛି ଶ୍ରୀମନ୍ଦିର । ପୁଷ୍ପ ରୂପକ ବର୍ଷା ମହାପ୍ରଭୁଙ୍କ ସ୍ବାଗତ ଜଣାଇବା ପାଇଁ ବର୍ଷୁଛି । ହଜାର ହଜାର ଭକ୍ତଙ୍କ ସମାଗମ ହେଲାଣି ପବିତ୍ର ବଡ ଦାଣ୍ଡରେ । ମହାପ୍ରଭୁଙ୍କ ରଥ ଟାଣିବାକୁ ଭକ୍ତ ମାନେ ଉତ୍କଣ୍ଠା ସହ ଅପେକ୍ଷା କରିଛନ୍ତି । ବଡଦାଣ୍ଡ ଭକ୍ତିମୟ ହୋଇ ଉଠିଛି । ଝାଞ୍ଜ, କୀର୍ତ୍ତନ, ଜୟ ଜଗନ୍ନାଥ ଧ୍ବନିରେ ବଡ ଦାଣ୍ଡ କମ୍ପୁଚି। ଓଡ଼ିଶୀ ନୃତ୍ୟ ଶିଳ୍ପୀ ମାନେ ମହାପ୍ରଭୁଙ୍କ ରଥ ଆଗରେ ନିଜର ନୃତ୍ୟ ପରିବେଷଣ କରି ନିଜକୁ ଧନ୍ୟ ମନେ କରୁଚନ୍ତି ।
ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ଅପେକ୍ଷା ରଥ ଟାଣିବା ପାଇଁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











