The Ultimate Managed Hosting Platform
ADVERTISEMENT

ରାଜଧାନୀରେ ଏନକାଉଣ୍ଟର: କୁଖ୍ୟାତ ଅପରାଧୀ ଜିତେନ୍ଦ୍ର ପଲେଇକୁ ଗୁଳି

Facebook
Twitter
LinkedIn

ଭୁବନେଶ୍ବର: ରାଜଧାନୀରେ ଏନ୍କାଉଣ୍ଟର। କୁଖ୍ୟାତ ଅପରାଧୀ ଜିତେନ୍ଦ୍ର ପଲେଇକୁ ବାଙ୍କୁଆଳ ନଦୀ ନିକଟରେ ଏନକାଉଣ୍ଟର କରିଛି କମିଶନରେଟ ପୋଲିସର ସ୍ପେଶାଲ୍ ଟିମ୍। ତା ବାମ ଗୋଡ଼ରେ ବାଜିଛି ଗୁଳି। ତାକୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି। ପୋଲିସ ଉପରକୁ ପ୍ରଥମେ ଗୁଳିଚାଳନା କରିଥିଲା ଜିତେନ୍ଦ୍ର। ପ୍ରତିଆକ୍ରମଣରେ ପୋଲିସ ଗୁଳି ଚାଳନା କରିଥିଲା। ଏଥିରେ ତା ଗଡ଼ରେ ଗୁଳି ବାଜିଛି। ଜିତେନ୍ଦ୍ର ନାଁରେ ପୂର୍ବରୁ ବିଭିନ୍ନ ଥାନାରେ ଅନେକ ଅପରାଧିକ ମାମଲା ରହିଛି। ବୋମା ମାଡ଼, ହତ୍ୟା, ହତ୍ୟା ଉଦ୍ୟମ, ଡ଼କାୟତି, ସୁପାରୀ କିଲିଙ୍ଗ ଭଳି ମାମଲା ରହିଛି। ଗତ ୧୭ ତାରଖରେ ୪ ନମ୍ବର ସ୍ଥିତ ସୁନା ଦୋକାନୀ ଶ୍ରୀ ଜୁଏଲର୍ସରେ ବୋମା ମାଡ଼ କରିଥିଲା ଜିତେନ୍ଦ୍ର। କୁଖ୍ୟାତ ଚୋର ହେମନ୍ତ ଦାସର ମୁଖ୍ୟ ସହଯୋଗୀ ଥିଲା ଜିତେନ୍ଦ୍ର ପଲେଇ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login