ଭୁବନେଶ୍ୱର : ରାଜରାସ୍ତାରେ ମିଶନ ଶକ୍ତିଙ୍କ ଗର୍ଜନ । ମିସନ ଶକ୍ତିକୁ ସରକାର ଭାଙ୍ଗିବାକୁ ଚାହୁଁଛନ୍ତି ବୋଲି ବିରୋଧୀ ଦଳ ବିଜେଡ଼ି ପକ୍ଷରୁ ଶାସକ ଦଳ ବିରୋଧରେ ଅଭିଯୋଗ ଅଣାଯାଇଛି। ମିସନ ଶକ୍ତି ମହିଳାଙ୍କୁ ଭ୍ରମିତ କରାଯାଉଛି ବୋଲି ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି। ମିସନ ଶକ୍ତି ଇସି ସଦସ୍ୟଙ୍କୁ ନେଇ ରଣେନ୍ଦ୍ର କହିନ୍ତି କେନ୍ଦ୍ର ସରକାର ୧୯୯୯ ମସିହା ଏପ୍ରିଲ ପହିଲାରୁ ସ୍ୱର୍ଣ୍ଣ ଜୟନ୍ତୀ ଗ୍ରାମ୍ୟ ସ୍ୱରୋଜଗାର ଯୋଜନା ଆରମ୍ଭ କରିଥିଲେ।ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ନେଇ ଅଙ୍ଗନବାଡି କର୍ମୀ ଇସି ସଦସ୍ୟଙ୍କୁ ବଛା ଯାଇ ମହିଳା ମହାସଂଘକୁ କାର୍ୟ୍ୟଭାର ଦିଆଯାଇଥିଲା । ଏମାନେ ନିର୍ବାଚିତ ଲୋକ ପ୍ରତିନିଧି ନୁହନ୍ତି । ତୃଣମୂଳସ୍ତରର ମହିଳାଙ୍କୁ ଆତ୍ମନିର୍ଭରଶୀଳ ଓ ଆର୍ଥିକ ଦୃଷ୍ଟିରୁ ସଶକ୍ତ କରାଇବା କାର୍ୟ୍ୟ ମିସନ ଶକ୍ତି କରିଆସୁଛି। ମିସନ ଶକ୍ତିର ଇସିମାନେ ବୈଠକ ବାବଦରେ ସିଟିଂ ଆଲାଉନ୍ସ ପାଉଥିଲେ । ଏହା ବ୍ୟତୀତ ମାସିକ ୧ ହଜାର ଟଙ୍କା ଫିକ୍ସଡ୍ ଟ୍ରାଭେଲିଂ ଆଲାଉନ୍ସ ସେମାନଙ୍କୁ ଦିଆଯାଉଥିଲା । ଇସି ମହିଳାଙ୍କୁ ବିନା ସୁଧରେ ପୂର୍ବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ସ୍କୁଟି ପ୍ରଦାନ କରିଥିଲେ ।ମିସନ ଶକ୍ତି ଇସି ମହିଳାଙ୍କୁ ହଟେଇବାକୁ ରାଜ୍ୟ ସରକାର ଯୋଜନା କରୁଥିବା ସେ ଅଭିଯୋଗ କରିଛନ୍ତି।
ରାଜରାସ୍ତାରେ ମିଶନ ଶକ୍ତିଙ୍କ ଗର୍ଜନ, ବିଜେଡି କହିଲା ମିଶନ ଶକ୍ତିକୁ ଭାଙ୍ଗିବାକୁ ଚାହୁଁଛନ୍ତି ସରକାର

Facebook
Twitter
LinkedIn
Facebook
Twitter
LinkedIn
Recent News
ଯାତ୍ରୀବାହୀ ବସରେ ଲାଗିଲା ନିଆଁ
ରାଜସ୍ଥାନ : ଯାତ୍ରୀବାହୀ ବସରେ ଲାଗିଲା ନିଆଁ । ବସରେ ୫୭ ଜଣ ଯାତ୍ରୀ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦-୧୫ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା...
ନୂଆପଡା ଉପନିର୍ବାଚନ ; କିଏ ହେବେ ବିଜେଡିରୁ ପ୍ରାର୍ଥୀ ?
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ବିଜେଡିରୁ ପ୍ରାର୍ଥୀ କିଏ ହେବେ ତାକୁ ନେଇ ଚର୍ଚ୍ଚା । ୪ରୁ ୫ ଜଣଙ୍କ ନାଁ ତାଲିକାଭୁକ୍ତ ହୋଇଥିବା ବେଳେ...
ସିରିଜ ପୋଛିନେଲା ଭାରତ , ୭ ୱିକେଟରେ ୱେଷ୍ଟିଣ୍ଡିଜକୁ ହରାଇଲା
ନୂଆଦିଲ୍ଲୀ : ୭ ୱିକେଟରେ ଭାରତ ଜିତି ୨-୦ ସିରିଜ କବଜା କରିଛି । ୱେଷ୍ଟଇଣ୍ଡିଜ ଦ୍ବିତୀୟ ଇନିଂସରେ ୩୯୦ ରନ୍ କରି ଭାରତକୁ ୧୨୧ ରନର...
କୋଲ୍ଡରିଫ ସମେତ ଏ ସମସ୍ତ ସିରପକୁ ବିଷାକ୍ତ କହିଲା “ହୁ”
ନୂଆଦିଲ୍ଲୀ : କୋଲ୍ଡରିଫ୍ ସମେତ ରେସପିଫ୍ରେସ୍ ଟିଆର ଓ ରିଲିଫ୍ ସିରପକୁ ବିଷାକ୍ତ କହିଲା ହୁ । ଏହି ୩ କଫ୍ ସିରପରେ ଡାଇଏଥିଲିନ୍ ଗ୍ଲାଇକୋଲ ଓ...