The Ultimate Managed Hosting Platform
ADVERTISEMENT

ରାଜସ୍ଥାନରେ ଡେଷ୍ଟିନେସନ ୱେଡିଂ, ଆଜି ଅନୁଭବ ଓ ଜାଗୃତିଙ୍କ ବାହାଘର

Facebook
Twitter
LinkedIn

ଭୁବନେଶ୍ୱର : ଅଭିନେତା ତଥା ରାଜନେତା ଅନୁଭବଙ୍କ ଦ୍ୱିତୀୟ ଇନିଂସ ଆରମ୍ଭ । ଆଜି ରାଜସ୍ଥାନରେ ଡେଷ୍ଟିନେସନ ୱେଡିଂ କରିବେ ଅନୁଭବ ମହାନ୍ତି । ସବୁୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ଶେଷରେ ଜାଗୃତିଙ୍କୁ ଦ୍ୱିତୀୟ ବିବାହ କରିବେ ଅନୁଭବ ମହାନ୍ତି । ହାତକୁ ଦି ହାତ ହେବେ ଲଭ ବାର୍ଡ । ପରିବାରବର୍ଗ ଓ କିଛି ହାତଗଣତି ବନ୍ଧୁବାନ୍ଧବଙ୍କ ଉପସ୍ଥିତିରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହେବେ । ମାର୍ଚ୍ଚ ୮ ତାରିଖରେ ଦୁଇ ପରିବାର ଓ ପ୍ରିୟଜନଙ୍କ ଉପସ୍ଥିତିରେ ନିର୍ବନ୍ଧ ଶେଷ ହୋଇଛି । ୨୦୧୯ରେ ଉଭୟଙ୍କ ମଧ୍ୟରେ ସୃଷ୍ଟି ହୋଇଥିଲା ବନ୍ଧୁତା ଆଉ ୨୦୨୫ରେ ସାତ ଜନ୍ମର ସାଥୀ ସାଜିଲେ ଅନୁଭବ-ଜାଗୃତି । ବର୍ଷାଙ୍କ ସହ ବିବାହ ବିଚ୍ଛେଦ ପରେ ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଅନୁଭବ । ପୂର୍ବରୁ ଜାଗୃତିଙ୍କୁ ନେଇ ଚର୍ଚ୍ଚା ଲାଗିରହିଥିଲା । ୨୦୧୪ ଫେବ୍ରୁଆରୀରେ ଅନୁଭବ ଓ ବର୍ଷାଙ୍କ ବାହାଘର ହୋଇଥିଲା । ପରେ ୨୦୨୩ ଡିସେମ୍ବର ୨୧ ତାରିଖରେ ବିବାହ ବିଚ୍ଛେଦ ହୋଇଥିଲା । ଏହାପୂର୍ବରୁ ଜାଗୃତିଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ହେଉଥିଲା । ବାରମ୍ବାର ଓଡ଼ିଶା ଆସୁଥିଲେ ଜାଗୃତି ଶୁକ୍ଳା । ନିକଟରେ ଅନୁଭବଙ୍କ ଉପରେ ଲେଖିଥିବା ଜୀବନୀ ମଧ୍ୟ ରିଲିଜ୍ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login