ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବ ଉପରେ ମୋହର । ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ଉପରେ ରାଜ୍ୟ କ୍ୟାବିନେଟ ମୋହର। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ଏହା କରାଯିବ । ୬୭୯୪ ଗ୍ରାମ ପଂଚାୟତରେ ଗୋଟିଏ ଲେଖାଏଁ ସ୍ମାର୍ଟ ସ୍କୁଲ କରିବେ ସରକାର। ଗୋଟିଏ ବିଦ୍ୟାଳୟ ପିଛା ୪ ରୁ ୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ୪ ବର୍ଷରେ ଏହା ଶେଷ ହେବ । ୧୧୪ ପ୍ରାଥମିକ ବିଦ୍ୟାଳୟରୁ ଏହାର ଶୁଭାରମ୍ଭ ହେବ ଚଳିତ ଆର୍ଥିକ ବର୍ଷରୁ । ଏଥିପାଇଁ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର । ୨୦୨୮ ସୁଦ୍ଧା ଏହି କାର୍ୟ୍ୟ ଶେଷ ହେବ। ସେମି କଣ୍ଡକଟର ନିର୍ମାଣ ପାଇଁ ଆରଆଇଆର ପାୱାର କମିଶନ ଲିମିଟେଡ଼କୁ ଅଧିକ ସ୍ୱତନ୍ତ୍ର ଆର୍ଥିକ ପ୍ରୋତ୍ସାହନ ଦେବେ ରାଜ୍ୟ ସରକାର। ପୂର୍ବରୁ ୩୦ ପ୍ରତିଶତ ଆର୍ଥିକ ସହାୟତା ଦିଆଯାଉ ଥିବା ବର୍ତ୍ତମାନ ଆଉ ୨୦ ପ୍ରତିଶତ ଯୋଗାଇ ଦିଆଯିବ। ଏଥିପାଇଁ ରାଜ୍ୟ ସରକାର ୧୧୦ କୋଟି ଟଙ୍କା ବ୍ୟୟ କରିବେ।
ଶୀତଳ ଭଣ୍ଡାର ପାଇଁ ଆର୍ଥିକ ବ୍ୟବସ୍ଥା ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି । ପୁଞ୍ଜି ବିନିଯୋଗ ସବସିଡି ଜରିଆରେ ୬୦ ପ୍ରତିଶତ ସବସିଡ଼ି ଯୋଗାଇ ଦେବେ ସରକାର । ଏହା ସହ ୬ କୋଟି ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଉପରେ ସବସିଡି ଦେବେ ସରକାର । ୪ ଟି ସ୍ଲାବରେ ସହାୟତା ଯୋଗାଇ ଦେବେ ରାଜ୍ୟ ସରକାର । ବିଦ୍ୟୁତ ସବସିଡି ବି ଯୋଗାଇ ଦେବେ ସରକାର । ଓଡ଼ିଶା ଡାକ୍ତରୀ ଓ ସ୍ୱାସ୍ଥ୍ୟସେବା ନିୟମାବଳୀକୁ ରାଜ୍ୟ କ୍ୟାବିନେଟରେ ସଂଶୋଧନ କରାଯାଇଛି । ଡାକ୍ତର ନିଯୁକ୍ତି ଅଭାବକୁ ଦୂର କରି ଡାକ୍ତର ସମସ୍ୟା ଦୂର ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି । ୫୦୦୦ ନୂଆ ଡାକ୍ତର ଏବଂ ୧୨୬ ଦନ୍ତ ଚିକିତ୍ସିକକୁ ନିଯୁକ୍ତି ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଗ୍ରାମାଞ୍ଚଳର ତ୍ୱରିତ ବିକାଶ ପାଇଁ ନୂଆ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶା ଆରମ୍ଭ କରିଛନ୍ତି । ଏହି ଯୋଜନାକୁ ଆଜି ରାଜ୍ୟ କ୍ୟାବିନେଟ ମୋହର ମାରିଛି । ଚଳିତ ଆର୍ଥିକ ବର୍ଷ ୧୦୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ପ୍ରତି ବର୍ଷ ୧୦୦୦ କୋଟି ଟଙ୍କାର ବ୍ୟୟ ବରାଦ ହେବ । ଆସନ୍ତା ପାଞ୍ଚ ବର୍ଷ ପର୍ୟ୍ୟନ୍ତ ଏହି କାର୍ୟ୍ୟକ୍ରମ ଚାଲିବ। ସବୁ ନିଷ୍ପତ୍ତି ଗ୍ରାମସଭା ଦ୍ୱାରା ନିର୍ଣ୍ଣୟ ହେବ । ପରେ ତାହା ଜିଲ୍ଲାପାଳଙ୍କ ଅନୁମୋଦନ ହେବ। ଏଥିପାଇଁ ୫ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ।
ରାଜ୍ୟ କ୍ୟାବିନେଟ ବୈଠକରେ ୧୦ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମୋହର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











