The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୬୮ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୬୯୪ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୨୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୩ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login