The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୪୫ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୫କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୭୬୦ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୪ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୬୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌‌ ବୟସର ୩୭ ଜଣ ରହିଛନ୍ତି । ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login