ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ କରୋନା ପଜିଟିଭ ଚିହ୍ନଟ । ଜଣେ ପଜିଟିଭ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା । ୩ ତାରିଖରେ ରାଜ୍ୟରେ ଶେଷ ଥର ପାଇଁ ପଜିଟିଭ ଚିହ୍ନଟ ହୋଇଥିଲେ । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ କେନ୍ଦ୍ର ସରକାର ସବୁ ରାଜ୍ୟକୁ ରିପୋର୍ଟ ଦେବା ପାଇଁ ଚିଠି କରିବା ପରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଛି । ଓଡ଼ିଶାରୁ ଚିହ୍ନଟ ପରେ ସଂକ୍ରମିତ ରାଜ୍ୟ ସଂଖ୍ୟା ୨୦ରେ ପହଞ୍ଚିଛି । ସେପଟେ ସ୍ୱାସ୍ଥ୍ୟ ବିଭାଗକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ମହାପାତ୍ର । କୋଭିଡ ଲକ୍ଷଣ ଦେଖାଗଲେ ପରୀକ୍ଷା କରିବା ପାଇଁ ଅପିଲ କରିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଆବଶ୍ୟକ ପଡିଲେ ପରୀକ୍ଷା ସେଣ୍ଟର ବଢ଼ାଯିବ। ମାସ୍କ ବାଧ୍ୟତା ମୂଳକ ପାଇଁ ଗାଇଡ଼ଲାଇନ ଆସିନାହିଁ।
Views: 61