ଭୁବନେଶ୍ୱର : ଜନତା ମୈଦାନରେ ଉଦଘାଟିତ ହେଲା ଉତ୍କର୍ଷ ଓଡିଶା ୨୦୨୫ । ଉତ୍କର୍ଷ ଓଡିଶା ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଉଦଘାଟନ ପରେ ମୁଖ୍ୟମନ୍ତ୍ରୀ ଅଭିଭାଷଣରେ କହିଛନ୍ତି ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି । ଶିଳ୍ପ ବିକାଶ ଓଡିଶାରେ ବହୁତ ସୁଯୋଗ ରହିଛି । ରାଜ୍ୟରେ ନିବେଶ ପାଇଁ ଶିଳ୍ପପତିଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ । ଆପଣମାନଙ୍କ ସହଯୋଗରେ ଓଡ଼ିଶାର ଦିଶା ବଦଳିବ ବୋଲି କହିଛନ୍ତି । ଓଡ଼ିଶାର ଔଦ୍ୟୋଗିକ ବିକାଶ ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ । ଶିଳ୍ପ ପ୍ରତିଷ୍ଠା ପାଇଁ ଓଡ଼ିଶାରେ ବ୍ୟାପକ ସମ୍ଭାବନା ରହିଛି । ପ୍ରଧାନମନ୍ତ୍ରୀଙ୍କ ଦିଗଦର୍ଶନରେ ଓଡ଼ିଶା ସମୃଦ୍ଧ ଓ ବିକଶିତ ହେବ। ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ବିନୀ ବୈଷ୍ଣବ, ଶିଳ୍ପପତି ନୀନ ଜିନ୍ଦଲ, ଅନୀଲ ଅଗ୍ରଓ୍ବାଲ, ଶିଳ୍ପପତି କୁମାର ମଙ୍ଗଳମ ବିର୍ଲା, ସଜନ ଜିନ୍ଦଲ, କରଣ ଆଦାନୀ ସାମିଲ ଅଛନ୍ତି ।
Views: 46