ଭୁବନେଶ୍ୱର : ପୁଣି ଚିହ୍ନଟ ହେଲେ ୭ ନୂଆ କରୋନା ପଜିଟିଭ । ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬, କଟକରେ ୯ ପଜିଟିଭ । ପୁରୀ, ଜଗତସିଂହପୁର , କେନ୍ଦୁଝର, ସୁନ୍ଦରଗଡ ଓ ବାଲେଶ୍ୱରରୁ ଜଣେ ଲେଖାଏଁ । ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ଏହି ପ୍ରଜାତି ୨୦୨୩ ଅଗଷ୍ଟରେ ଚିହ୍ନଟ ହୋଇଥିଲା। ଏହା ଓମିକ୍ରନ୍ର ଏକ ଉପପ୍ରଜାତି; ସେତେଟା ଘାତକ ନୁହେଁ। ଏଥିରେ ମଧ୍ୟମ ଧରଣର ଜ୍ବର, କାଶ ଓ ଥଣ୍ଡା ହୋଇଥାଏ। ତେବେ ବୟସ୍କ ଓ ଏକାଧିକ ଜଟିଳ ରୋଗ ଥିବା ବ୍ୟକ୍ତିମାନଙ୍କ ପାଇଁ ଏହା ଘାତକ ହୋଇପାରେ। ତେଣୁ ଏହି ବର୍ଗର ଲୋକମାନେ କୋଭିଡ୍ ନିର୍ଦ୍ଦେଶାବଳୀକୁ ପାଳନ କରିବାର ଆବଶ୍ୟକତା ରହିଛି।
Views: 11