The Ultimate Managed Hosting Platform
ADVERTISEMENT

ରାମମନ୍ଦିର ନିକଟରୁ ଶିଶୁପୁତ୍ର ଚୋରୀ ହୋଇଥିବା ଘଟଣା : ଉଦ୍ଧାର ହେଲା ଶିଶୁ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱରରୁ ଅପହୃତ ଶିଶୁ ବାଲେଶ୍ୱରରୁ ଉଦ୍ଧାର । ବାଲେଶ୍ୱରରେ ପିଲା ଚୋରକୁ ଧରିଲା ପୋଲିସ । ଖନ୍ତାପଡା ଥାନା ବୋଇତା ଗାଁରୁ ଶିଶୁ ଉଦ୍ଧାର । ଶିଶୁ ଅପହରଣ କାରୀକୁ ଗିରଫ କଲା ପୋଲିସ । ଶେଷରେ ଅପହରଣର ୩ ଦିନ ପରେ ବାଲେଶ୍ବରରୁ ୨ ବର୍ଷର ଶିଶୁ ପୁତ୍ରକୁ ଉଦ୍ଧାର କରି ଅପହରଣକାରୀକୁ ଗିରଫ କରିଛି ପୋଲିସ । ଅପହରଣକାରୀ ଶିଶୁଟିକୁ ଧରି ଭୁବନେଶ୍ବର ରେଳଷ୍ଟେସନ ଭିତରକୁ ଯାଇଥିବା ସିସିଟିଭି ଫୁଟେଜରୁ ଜଣାପଡିଥିଲା । ଖଡଗପୁର, ହାୱଡ଼ା ସମେତ ରାଜ୍ୟର ବିଭିନ୍ନ ରେଳଷ୍ଟେସନକୁ ସିସିଟିଭି ଫୁଟେଜ ପଠାଯାଇଥିଲା । ଟ୍ରେନ ଯୋଗେ ଅପହରଣକାରୀ ରାଜ୍ୟ ବାହାରକୁ ଶିଶୁଟିକୁ ନେଇଯାଇଥିବା ସନ୍ଦେହ କରାଯାଉଥିଲା । ଏକାଧିକ ଟିମ୍ ଗଠନ କରି ତଦନ୍ତ କରୁଥିଲା ପୋଲିସ। . ଏପଟେ ପୁଅକୁ ଝୁରି ଝୁରି ଦିବ୍ୟାଙ୍ଗ ମାଆ ଆଖିରୁ ଲୁହ ଶୁଖୁନି । ଗତ ପାଞ୍ଚ ବର୍ଷ ହେବ ଶିଶୁର ମାଆ ରାମ ମନ୍ଦିର ଆଗରେ ଭିକ୍ଷା ବୃତ୍ତି କରୁଛନ୍ତି । ସୂଚନା ଅନୁସାରେ ଶନିବାର ବିଳମ୍ବିତ ରାତିରେ ଭୁବନେଶ୍ବର ଜନପଥରୁ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ ହୋଇଥିଲା । ବିସ୍କୁଟ, ଜୁସ୍ ଏବଂ ମୋବାଇଲ ଲୋଭ ଦଖାଇ ମାଆ କୋଳରୁ ଶିଶୁ ପୁତ୍ରକୁ ନେଇ ଚାଲିଗଲେ ଦୁର୍ବୃତ୍ତ । ଏଭଳି ଅଭିଯୋଗ ଆଣିଥିଲେ ମନ୍ଦିର ଆଗରେ ଭିକ୍ଷାବୃତ୍ତି କରୁଥିବା ଜଣେ ଦୃଷ୍ଟି ବାଧିତ ମହିଳା । ରାତି ପ୍ରାୟ ୨ଟା ବେଳେ ଘଟିଥିଲା ଏଭଳି ଘଟଣା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login